ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ସାହାଡ଼ା ଗ୍ରାମରେ ରଥଯାତ୍ରା।

କୁଜଙ୍ଗ, 27/06/2025, ଉତ୍କଳ voice news - utkalvoicenews.com
Article Image
କୁଜଙ୍ଗ ବ୍ଲକ ପାଟପୁର ପଞ୍ଚାୟତ ଅନ୍ତର୍ଗତ ସାହାଡା ଗ୍ରାମ ପ୍ରସିଦ୍ଧ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଛି।ଆଜି ସକାଳେ ମହାପ୍ରଭୁଙ୍କ ପାରମ୍ପାରିକ ରୀତିନୀତି ପରେ,ରଥ ପ୍ରତିଷ୍ଠା ଓ ପହଣ୍ଡି ବିଜେ କରାଯାଇଥିଲା। ରାଜା ତୁଷାର ଜେନା ରଥରେ ଛେରା ପହଁରା କରିଥିଲେ।ଏହା ପରେ ରଥଟଣା ପର୍ବ ଆରମ୍ଭ ହୋଇ ସନ୍ଧ୍ୟାରେ ରଥ ମାଉସୀ ମା'ଙ୍କ ମନ୍ଦିରରେ ପହଞ୍ଚିଥିଲା। ଏହି ଉତ୍ସବକୁ ମୋହନ ଜେନା, ଡମ୍ବରୁଧର ଜେନା,ଭାଗ୍ୟଧର ଜେନା,ଗୁରୁବାରୀ ଜେନା ଶାନ୍ତି ଶୃଙ୍ଖଳାର ସହିତ ପରିଚାଳନା କରିଥିଲେ।ସଂଧ୍ୟାରେ ଭଜନ ସନ୍ଧ୍ୟା ଅନୁଷ୍ଠିତ ହୋଇଥିଲା। ସମସ୍ତ ଗ୍ରାମବାସୀମାନଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା।
Article Image
10