ଢ଼ିଙ୍କିଆ, 09/07/2025, ଉତ୍କଳ voice news - utkalvoicenews.com

ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଅନ୍ତର୍ଗତ ଢ଼ିଙ୍କିଆ ଗ୍ରାମର କିଡ଼ନୀ ରୋଗରେ ପୀଡିତ ସୁବ୍ରତ ଦାସଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଓଡ଼ିଶାର ପ୍ରମୁଖ ଦାତବ୍ୟ ଟ୍ରଷ୍ଟ ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ | ସୂଚନା ଯୋଗ୍ୟ କି, ସୁବ୍ରତ ଜଣେ ଗରିବ ଶ୍ରେଣୀର ପିଲା | ବାପା ଜଣେ ଦିନମଜୁରିଆ । ଗତ କିଛି ମାସ ହେବ ସୁବ୍ରତ କିଡ଼ନୀ ରୋଗରେ ପୀଡିତ ହୋଇ ବର୍ତ୍ତମାନ ସେ ଚଲାବୁଲା ଠିକ ସେ କରିପାରୁନାହାନ୍ତି | ଗୋଡ ହାତ ସବୁ ଫୁଲି ଯାଉଛି | ଡାକ୍ତରଙ୍କ କହିବା ଅନୁସାରେ ତାଙ୍କର ଦୁଇଟି ଯାକ କିଡନୀ ଖରାପ ହୋଇ ଯାଇଛି। ଅର୍ଥାଭାବରୁ ଚିକିସ୍ଥାରେ ଅର୍ଥ ସାଜିଛି ବାଧକ | ବିଭିନ୍ନ ଗଣମାଧ୍ୟମରୁ ଏହି ଦୁଃଖଦ ଖବର ପାଇ ମା ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ସଭାପତି ତଥା ସମାଜସେବୀ ଇଂ ଶଙ୍ଖେଶ୍ଵର ପ୍ରସାଦ ମହାନ୍ତିଙ୍କ ପରାମର୍ଶ କ୍ରମେ ବରିଷ୍ଠ ସଦସ୍ୟ ନନ୍ଦନନ୍ଦନ ଜୟସିଂ ଏବଂ ସ୍ବେଛାସେବୀ ସଦସ୍ୟ ସୌମ୍ୟରଞ୍ଜନ ମହାନ୍ତି ପ୍ରମୁଖ ସୁବ୍ରତଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଦଶ ହଜାର (୧୦,୦୦୦/-) ଟଙ୍କାର ଆର୍ଥିକ ସହାୟତା ଦେବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ | ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ବଦାନ୍ୟତା ପାଇଁ ସୁବ୍ରତଙ୍କ ବାପା, ମା' ଏବଂ ତାଙ୍କ ପରିବାର କୃତଜ୍ଞତା ଜଣାଇଥିବା ବେଳେ ଅନୁଷ୍ଠାନର ଏହି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ଭୁୟୀୟସୀ ପ୍ରଶଂସା କରାଯାଇଛି