ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବାର୍ଷିକ ଉତ୍ସବ ଅନୁଷ୍ଠିତ।

ଏରସମା, 02/08/2025, ଉତ୍କଳ voice news - utkalvoicenews.com( ଏରସମା ରୁ ଅଂଶୁମାନ ମିଶ୍ର ଙ୍କ ରିପୋର୍ଟ ) :
Article Image
ଏରସମା ବ୍ଲକ୍ ଅନ୍ତର୍ଗତ ଗଡ଼କୁଜଙ୍ଗ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୨୩ତମ ବାର୍ଷିକ ଉତ୍ସବ ଉଦଯାପିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମର ଉଦଯାପନ ଉତ୍ସବରେ ବାଲିକୁଦା ଏରସମା ବିଧାୟକ ସାରଦା ପ୍ରସନ୍ନ ଜେନା ମୁଖ୍ୟ ଅତିଥି ରୂପେ ଯୋଗଦେଇ ଅନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ବଳନ କରିବା ସହିତ ଛାତ୍ରଛାତ୍ରୀମାନେ ଶ୍ରୃଂଖଳିତ,ସମୟାନୁବର୍ତ୍ତୀତା ଓ ଅଧ୍ୟବସାୟୀ ହେଲେ ଭବିଷ୍ୟତରେ ବଡମଣିଷ ହୋଇପାରିବେ ବୋଲି କହିଥିଲେ ।ସ୍କୁଲର ଉନ୍ନୟନ ମୂଳକ କାର୍ଯ୍ୟକ୍ରମକୁ ସହଯୋଗ କରିବେ ବୋଲି ପ୍ରତିଶୃତି ଦେଇଥିଲେ। ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ସଂପାଦକ ସୂର୍ଯ୍ୟକାନ୍ତ ସାହୁ ବିବରଣୀ ପଠନ କରିଥିଲେ।ପୃବତନ ସମ୍ପାଦକ ତଥା କାର୍ଯ୍ୟକ୍ରମ ସଂଯୋଜକ ସଞ୍ଜୟ ମହାପାତ୍ରଙ୍କ ସଭାପତିତ୍ବରେ ଆୟୋଜିତ ଉତ୍ବରେ ସମ୍ମାନିତ ଅତିଥି ଭାବେ ଗଡ଼କୁଜଙ୍ଗ ସରପଞ୍ଚ କବିତା ଦାସ, ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଅଧ୍ୟକ୍ଷ କିଶୋର ଚନ୍ଦ୍ର ସ୍ୱ।ଇଁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଶିକ୍ଷାକେନ୍ଦ୍ର ପରିଚାଳନା କମିଟି ସଭାପତି ଇଂ ହେମନ୍ତ କୁମାର ଦାସ ଅତିଥି ପରିଚୟ ପ୍ରଦାନ କରିଥିଲେ।ପରିଚାଳନା ସଭ୍ୟ ପ୍ରକାଶ ଚନ୍ଦ୍ର ଦାସ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ଆୟୋଜିତ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ପ୍ରତିଯୋଗିତାରେ ଚାମ୍ପିଅନ ହୋଇଥିବା ସମସ୍ତ କ୍ରୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ।ସମ୍ପଦ କୁମାର ବାରିକ, ନଳିନୀକାନ୍ତ ବେହେରା, ବାପୁନି ସାମଲଙ୍କ ସମେତ ଅଭିଭାବକ ମାନେ ଉପସ୍ଥିତ ଥିଲେ।
Article Image
1