ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

*ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ ତରଫରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା*

କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା, 12/08/2025, ଉତ୍କଳ voice news - utkalvoicenews.com
Article Image
କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ବ୍ଲକ ଅନ୍ତର୍ଗତ ପାଟଳୀପଙ୍କ ଗ୍ରାମର କର୍କଟ ରୋଗରେ ପୀଡିତ ଆଲୋକ କୁମାର ବେହେରାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଓଡ଼ିଶାର ପ୍ରମୁଖ ଦାତବ୍ୟ ଟ୍ରଷ୍ଟ ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ | ସୂଚନା ଯୋଗ୍ୟ କି, ଆଲୋକ ଜଣେ ଗରିବ ଶ୍ରେଣୀର ବ୍ୟକ୍ତି | ଗତ କିଛି ମାସ ହେବ ସେ କର୍କଟ ରୋଗରେ ପୀଡିତ ହୋଇ ବର୍ତ୍ତମାନ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି | ସେ ଘରର ଏକ ମାତ୍ର ରୋଜଗାର କ୍ଷମ ବ୍ୟକ୍ତି ଥିଲେ । ବର୍ତ୍ତମାନ ରୋଗଗ୍ରସ୍ତ ହେବା ପରେ କାମ କରିବାକୁ ଯାଇପାରୁନାହାନ୍ତି ।ତେଣୁ ଦୁଇ ଓଳି ଦୁଇ ମୁଠା ଖାଇବାକୁ ନାହିଁ। ଅର୍ଥାଭାବରୁ ଚିକିସ୍ଥାରେ ଅର୍ଥ ସାଜିଛି ବାଧକ | ବିଭିନ୍ନ ଗଣମାଧ୍ୟମରୁ ଏହି ଦୁଃଖଦ ଖବର ପାଇ ମା ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ସଭାପତି ତଥା ସମାଜସେବୀ ଇଂ ଶଙ୍ଖେଶ୍ଵର ପ୍ରସାଦ ମହାନ୍ତିଙ୍କ ପରାମର୍ଶ କ୍ରମେ ବଶିଷ୍ଠ ସଦସ୍ୟ ନନ୍ଦନନ୍ଦନ ଜୟସିଂ, ସୁଧାକର ମହାନ୍ତି, ବିଶ୍ଵନାଥ ସ୍ୱାଇଁ ଏବଂ ହରେକୃଷ୍ଣ ବେହେରା ପ୍ରମୁଖ ଆଲୋକଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଦଶ ହଜାର (୧୦,୦୦୦/-) ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ | ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ବଦାନ୍ୟତା ପାଇଁ ଅଲୋକଙ୍କ ପରିବାର କୃତଜ୍ଞତା ଜଣାଇଥିବା ବେଳେ ଅନୁଷ୍ଠାନର ଏହି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ଭୁୟୀୟସୀ ପ୍ରଶଂସା କରାଯାଇଛି |
Article Image
Article Image
Article Image
1