ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ବୁଗୁଡ଼ା, 20/08/2025, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ) :
Article Image
ସ୍ଥାନୀୟ ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ସମ୍ମିଳନୀ କକ୍ଷରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ.ପୁରୁଷୋତ୍ତମ ମିଶ୍ରଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ଉପାଧ୍ୟକ୍ଷ ହରିକୃଷ୍ଣ ନାୟକ, ଉଦ୍ଭିଦ ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ଯାପକ ଜୟରାମ ବିଷୋୟୀ ,ରସାୟନ ବିଜ୍ଞାନ ବିଭାଗୀୟ ମୁଖ୍ୟ ଅଧ୍ୟାପକ ମନୋଜ କୁମାର ଦାସ ପ୍ରମୁଖ ଯୋଗ ଦେଇଥିବା ବେଳେ ରାଜନୀତି ବିଭାଗୀୟ ମୁଖ୍ୟ ଅଧ୍ୟାପକ ଅକ୍ଷୟ କୁମାର ସାହୁ , ଅଧ୍ୟାପକ ଲୋକନାଥ ବେହେରା ଓ ପବିତ୍ର ଖଣ୍ଡୁଆଳ ପ୍ରମୁଖ ମଞ୍ଚାସୀନ ରହିଥିଲେ । ଏ ଅବସରରେ ନବାଗତ ଛାତ୍ରଛାତ୍ରୀମାନେ ସ୍ବ ସ୍ବ ପରିଚୟ ପ୍ରଦାନ କରିଥିଲେ ଏବଂ ଦ୍ବିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନେ ସେମାନଙ୍କୁ ଉପହାର ପ୍ରଦାନ ପୂର୍ବକ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଏଥି ସହ ସ୍ବବିଭାଗୀୟ ନୀତିନିୟମ ଓ ମହାବିଦ୍ୟାଳୟର ଅନୁଶାସନ ମାନି ଚଳିବାକୁ ପରାମର୍ଶ ଦେଇଥିଲେ । ଏ ଅବସରରେ ଅଧ୍ଯକ୍ଷ, ଅତିଥିଗଣ ଏବଂ ବିଭାଗୀୟ ଅଧ୍ଯାପକବୃନ୍ଦ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ସେମାନଙ୍କ ଉଜ୍ଜ୍ବଳମୟ ଭବିଷ୍ୟତ କାମନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଶେଷ ବର୍ଷ ଛାତ୍ରୀ ରେଶମା ସେଠୀ ବିଭାଗୀୟ ବିବରଣୀ ପାଠ କରିଥିବା ବେଳେ ପରିଶେଷରେ ସେମିନାର ସେକ୍ରେଟାରୀ ଗୀତାଞ୍ଜଳି ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।
Article Image
1