ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

*ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ ତରଫରୁ ହୃଦ୍ ରୋଗରେ ପୀଡିତ ଆଶୁତୋଷଙ୍କୁ ଆର୍ଥିକ ସହାୟତା*

ବାଲିତୁଠ, 22/08/2025, ଉତ୍କଳ voice news - utkalvoicenews.com
Article Image
ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ବାଲିତୁଠ ପଞ୍ଚାୟତ ଅନ୍ତର୍ଗତ ସାନଗବପୁର ଗ୍ରାମର ହୃଦ୍ ରୋଗରେ ପୀଡ଼ିତ ଆଶୁତୋଷ ସାହୁଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଓଡ଼ିଶାର ପ୍ରମୁଖ ଦାତବ୍ୟ ଟ୍ରଷ୍ଟ ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ | ସୂଚନା ଯୋଗ୍ୟ କି, ଆଶୁତୋଷ ଗତ କିଛି ମାସ ହେବ ହୃଦ୍ ରୋଗରେ ପୀଡିତ ହୋଇ ବର୍ତ୍ତମାନ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ।ବାପା ଜଣେ ଜଣେ ଗରିବ ଶ୍ରେଣୀର ବ୍ୟକ୍ତି ହୋଇଥିବାରୁ ପୁଅର ଚିକିସ୍ଥା କରିବାକୁ ଅସମର୍ଥ। ଅର୍ଥାଭାବରୁ ଚିକିସ୍ଥାରେ ଅର୍ଥ ସାଜିଛି ବାଧକ | ବିଭିନ୍ନ ଗଣମାଧ୍ୟମରୁ ଏହି ଦୁଃଖଦ ଖବର ପାଇ ମା ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ସଭାପତି ତଥା ସମାଜସେବୀ ଇଂ ଶଙ୍ଖେଶ୍ଵର ପ୍ରସାଦ ମହାନ୍ତିଙ୍କ ପରାମର୍ଶ କ୍ରମେ ଉପସଭାପତି ବିଜୟ କୁମାର ସାହୁ, ବରିଷ୍ଠ ସଦସ୍ୟ ସୂର୍ଯ୍ୟକାନ୍ତ ରାଉତ, ନନ୍ଦନନ୍ଦନ ଜୟସିଂ, ଜୀବନଜ୍ୟୋତି ଜୟସିଂ, ହରେକୃଷ୍ଣ ବେହେରା, ସତ୍ୟବ୍ରତ ଦାସ, ସମ୍ବିତ ଦାସ ଏବଂ ରାଜେଶ ତରାଇ ପ୍ରମୁଖ ଆଶୁତୋଷଙ୍କ ବାସଭବନରେ ପହଞ୍ଚି ତାଙ୍କ ମା'ଙ୍କୁ ଦଶ ହଜାର (୧୦,୦୦୦/-) ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ | ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ବଦାନ୍ୟତା ପାଇଁ ଆଶୁତୋଷଙ୍କ ପରିବାର କୃତଜ୍ଞତା ଜଣାଇଥିବା ବେଳେ ଅନୁଷ୍ଠାନର ଏହି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ଭୁୟୀୟସୀ ପ୍ରଶଂସା କରାଯାଇଛି |
1