ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ମା ବିରଜା ମନ୍ଦିର ଦେବୀ ପୀଠ ବା ତନ୍ତ୍ରପୀଠ

ଯାଜପୁର, 14/09/2025, ଉତ୍କଳ voice news - utkalvoicenews.com ( ଯାଜପୁର ରୁ ଉମାକାନ୍ତ ବେହେରା ଙ୍କ ରିପୋର୍ଟ ) :
Article Image
ଯାଜପୁର ଜିଲ୍ଲାରେ ଏକ ପ୍ରସିଦ୍ଧ ଦେବୀ ମନ୍ଦିର । ଏହା ଭାରତର ବିରଜା କ୍ଷେତ୍ର ନାମରେ ଜଣା । ଏଠାରେ ଦେବୀ ଦ୍ୱିଭୁଜା ଦୁର୍ଗା ରୂପରେ ପୂଜା ପାଆନ୍ତି । ଏହି ଦେବୀଙ୍କ ଗୋଟିଏ ହାତରେ ତ୍ରିଶୂଳ ଏବଂ ଅନ୍ୟ ହାତରେ ମହିଷାସୁରର ଲାଙ୍ଗୁଳ ଶୋଭା ପାଏ । ଏଠାରେ ମହିଷାସୁର ମଇଁଷି ରୂପରେ ଖୋଦିତ ଯାହା ଭାରତରେ ବାକି ଜାଗାମାନଙ୍କରେ ଦେଖିବାକୁ ମିଳିନଥାଏ । ଦେବୀ ନିଜ ମୁକୁଟରେ ଗଣପତି, ଶିବଲିଙ୍ଗ, ଯୋନି, ନାଗରାଜ ଏବଂ ଅର୍ଦ୍ଧଚନ୍ଦ୍ର ଧାରଣ କରି ଅଛନ୍ତି । ସ୍କନ୍ଧ ପୁରାଣ (ଉତ୍କଳ ଖଣ୍ଡ) ଅନୁସାରେ ଏହି ବିରଜା କ୍ଷେତ୍ର ସମସ୍ତ ରଜୋଗୁଣକୁ ଧୋଇ ପକାଉଥିବାରୁ ଏହାର ନାମ ବିରଜା କ୍ଷେତ୍ର ହୋଇଛି । କେତେକ ତନ୍ତ୍ର ଗ୍ରନ୍ଥ ଅନୁସାରେ ଦକ୍ଷ ଯଜ୍ଞ ସମୟରେ ମାତା ସତୀଙ୍କ ନାଭି ଏହି ଉତ୍କଳସ୍ଥ ବିରଜା କ୍ଷେତ୍ରରେ ପଡ଼ିଥିଲା ଏବଂ ନାଭି ଦେଶରେ ନାରୀମାନେ ପିନ୍ଧୁଥିବା ଓଡ଼ିଆଣୀ ବା କଟିସୂତ୍ର ଅନୁସାରେ ଏହି ପୀଠର ନାମ ହୋଇଛି, ବିରଜା ମନ୍ଦିର ତାନ୍ତ୍ରିକ ଏବଂ ପୌରାଣିକ ।ବ୍ରହ୍ମଯାମଳ ତନ୍ତ୍ର ଅନ୍ତର୍ଗତ ଆଦ୍ୟା ସ୍ତୋତ୍ର ଅନୁସାରେ: "ରାମେଶ୍ୱରୀ ସେତୁବନ୍ଧେ ବିମଳା ପୁରୁଷୋତ୍ତମେ ବିରଜା ଓଡ୍ର ଦେଶେ ଚ କାମାଖ୍ୟା ନୀଳ ପର୍ବତେ" ଅର୍ଥାତ୍ ସେତୁବନ୍ଧରେ ଦେବୀ ରାମେଶ୍ୱରୀ, ପୁରୁଷୋତ୍ତମ କ୍ଷେତ୍ରରେ ବିମଳା, ଓଡ୍ର ଦେଶରେ ସେ ବିରଜା, ପୁନଶ୍ଚ ନୀଳପର୍ବତରେ କାମାଖ୍ୟା ରୂପରେ ବିଦିତା। ପୁନଶ୍ଚ ତନ୍ତ୍ର ଚୂଡାମଣି ଅନୁସାରେ ଉତ୍କଳ ଦେଶରେ ହିଁ ସତୀଙ୍କ ନାଭି ପତିତ ହୋଇଥିଲା "ଉତ୍କଳେ ନାଭିଦେଶଶ୍ଚ ବିରଜା କ୍ଷେତ୍ରମୁଚ୍ୟତେ ବିରଜା ଭୈରବୀ ୟତ୍ର ଯଜ୍ଞକୋଳସ୍ତୁ ଭୈରବ" ଆଦି ଶଙ୍କର କୃତ ଶକ୍ତିପୀଠ ସ୍ତବରେ ଭାଗବତ୍ପାଦ ବର୍ଣ୍ଣନା କରିଛନ୍ତି: "ଉଜ୍ଜୟିନ୍ୟା ମହାକାଳୀ ପୀଠିକାୟମ୍ ପୁରୁହୁତିକା ଓଡ୍ଡ୍ୟାଣେ ଗିରିଜା ଦେବୀ ମାଣିକ୍ୟ ଦକ୍ଷବାଟିକେ" ଏଠାରେ ବର୍ଣ୍ଣିତ ଗିରିଜା ଦେବୀ ଆଜିକାର ବିରଜା ଦେବୀ ଏହା ନିଃସନ୍ଦେହ । ବର୍ତ୍ତମାନର ମନ୍ଦିର ତ୍ରୟୋଦଶ ଶତାବ୍ଦୀର ହେଲେ ହେଁ ଏହି ପୀଠଟି ଗୁପ୍ତ ଯୁଗର ବୋଲି ଅନେକ ଗବେଷକ ମତ ଦେଇଥାନ୍ତି । ଭାରତର ମୁଖ୍ୟ ଚାରୋଟି ତନ୍ତ୍ରପୀଠ ମଧ୍ୟରେ ବିରଜା ମନ୍ଦିର ଆସିଥା
5