ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ତୃତୀୟ ଓ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା ଅନୁଷ୍ଠିତ

ବୁଗୁଡ଼ା, 22/09/2025, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ) :
Article Image
ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ କେନ୍ଦ୍ରରେ ଆଜି ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ଗୋଷ୍ଠୀ ଶିକ୍ଷାଧକାରୀଙ୍କ କାର୍ଯ୍ୟାଳୟ ଅଧୀନସ୍ଥ ବିଭିନ୍ନ ବିଦ୍ୟାଳୟର ୧୬୩ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୫୪ ଜଣ ପରୀକ୍ଷା ଦେଇଥିବା ବେଳେ ୯ ଜଣ ଅନୁପସ୍ଥିତ ରହିଥିଲେ। ଉକ୍ତ କେନ୍ଦ୍ରର ସୁପରିଟେଣ୍ଡେଣ୍ଟ ଦାୟିତ୍ଵରେ ପିପୁଲ୍ସ ହାଇସ୍କୁଲର ପ୍ରଧାନ ଶିକ୍ଷକ କାଳୀ ଚରଣ ବେହେରା ରହିଥିଲେ। ସେହିପରି ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ମଧ୍ୟ ଆଜି ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା ମଧ୍ୟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ବିଇଓଙ୍କ କାର୍ଯ୍ୟାଳୟ ଅଧୀନସ୍ଥ ବିଭିନ୍ନ ବିଦ୍ୟାଳୟର ୧୪୬ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୩୫ ଜଣ ପରୀକ୍ଷା ଦେଇଥିଲା ବେଳେ ୧୧ ଜଣ ଅନୁପସ୍ଥିତ ରହିଥିଲେ। ଉକ୍ତ କେନ୍ଦ୍ରର ସୁପରିଟେଣ୍ଡେଣ୍ଟ ଦାୟିତ୍ଵରେ ଏସବିଏନ୍ ଗାର୍ଲସ୍ ହାଇସ୍କୁଲର ଭାରପ୍ରାପ୍ତା ପ୍ରଧାନ ଶିକ୍ଷୟିତ୍ରୀ କୃଷ୍ଣପ୍ରିୟା ମହାରଣା ରହିଥିଲେ। ଉଭୟ କେନ୍ଦ୍ରରେ ପର୍ଯ୍ଯବେକ୍ଷକ ଭାବେ ବିଇଓ ଚିନ୍ମୟ ମହାପାତ୍ର ଓ ଏବିଇଓ ଅମିତା କୁମାରୀ ପାଢୀ ଯୋଗ ଦେଇଥିବା ବେଳେ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହୋଇଥିବା ଜଣାଯାଇଛି ।
6