ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମବାର୍ଷିକୀ ପାଳିତ

ବୁଗୁଡ଼ା, 25/09/2025, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ) :
Article Image
ବୁଗୁଡ଼ା ବିଜେପି ପକ୍ଷରୁ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବୁଗୁଡ଼ା ବ୍ଲକ କାର୍ଯ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନ୍ତ୍ୟୋଦୟ ଏବଂ ଏକାତ୍ମ ମାନବବାଦର ପ୍ରବର୍ତ୍ତକ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।ଏହି ଅବସରରେ ବୁଗୁଡ଼ା ନଗର ବିଧାୟକ ପ୍ରତିନିଧି ୟୁ. ଯଜ୍ଞ ନାରାୟଣ ପାତ୍ର ଏବଂ ନଗର ସଭାପତି କେଦାରନାଥ ମହାରଣା ପ୍ରଦୀପ ପ୍ରଜ୍ୱଳନ କରିଥିଲେ। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଆଦର୍ଶ ଏବଂ ତାଙ୍କ ଜୀବନୀ ଉପରେ ଏହି କାର୍ଯ୍ୟକ୍ରମରେ ଆଲୋଚନା କରାଯାଇଥିଲା। ବହୁ ସଂଖ୍ୟକ କାର୍ଯ୍ୟକର୍ତ୍ତା ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।
Article Image
5