ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ପିପୁଲସ କଲେଜରେ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ

ବୁଗୁଡା, 26/09/2025, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ପିପୁଲସ କଲେଜର ଯୁବ ରେଡ଼ କ୍ରସ ପକ୍ଷରୁ ଜାତୀୟ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମରେ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ସେପ୍ଟେମ୍ବର ୨୬ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି।
Article Image
ଯୁବ ରେଡ କ୍ରସର ଉପଦେଷ୍ଟା ଅଧ୍ୟାପକ ପବିତ୍ର ଖଣ୍ଡୁଆଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ କଲେଜର ଭାଇସ ପ୍ରିନ୍ସପାଲ ହରିକୃଷ୍ଣ ନାୟକ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଥିଲେ। ଏଥିରେ ଅତିଥି ଭାବେ ବୁଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଟିବି ସୁପରଭାଇଜର ଗଣେଶ କୁମାର କାଣ୍ଡି ଯୋଗଦେଇ ସ୍ୱେଚ୍ଛାସେବୀ ବୃନ୍ଦଙ୍କୁ ଯକ୍ଷ୍ମା ରୋଗର କାରଣ, ଲକ୍ଷଣ ଓ ନିରାକରଣ ବିଷୟରେ ପ୍ରାଞ୍ଜଳ ଭାବେ ସୂଚନା ପ୍ରଦାନ କରିଥିଲେ। ଯୁବ ରେଡ଼ କ୍ରସ ର ମହିଳା ଉପଦେଷ୍ଟା ଅଧ୍ୟାପିକା କ୍ରିଷ୍ଣା କୁମାରୀ ବର୍ଗେ ଯକ୍ଷ୍ମା ଏକ ସଂକ୍ରାମକ ରୋଗ ହୋଇଥିବା ବେଳେ ଏହା କିପରି ଅନ୍ୟ ବ୍ୟକ୍ତିଙ୍କୁ ସଂକ୍ରମିତ ହୋଇଥାଏ ପ୍ରକାଶ କରିଥିଲେ। ଶେଷରେ ଯୁବ ରେଡ କ୍ରସର ଉପଦେଷ୍ଟା ଅଧ୍ୟାପକ ଶ୍ରୀ ଖଣ୍ଡୁଆଳ ଧନ୍ୟବାଦ ଅର୍ପଣ କରିଥିଲେ।
Article Image
6