ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ବାଲିପଦର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି"

ବୁଗୁଡ଼ା, 11/10/2025, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲିପଦର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି" ଅକ୍ଟୋବର ୧୦ ତାରିଖ ଦିନ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିଶ୍ୱଜିତ୍‌ ପରିଡ଼ାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶର୍ମିଳା ରାଣୀ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅମିତା ପାଢ଼ୀ, ମୁଖ୍ୟ ବକ୍ତା ଭାବେ ପ୍ରାକ୍ତନ ଅଧ୍ୟାପକ ମହେଶ ପଟ୍ଟନାୟକ ଓ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସଞ୍ଜୟ କୁମାର ବିଷୋୟୀ ଯୋଗଦେଇ ଏହି କାର୍ଯ୍ୟକ୍ରମ ଦ୍ୱରା ଛାତ୍ରଛାତ୍ରୀଙ୍କ ଲୁକାୟିତ ପ୍ରତିଭା ଲୋକ ଲୋଚନକୁ ଆସିପାରିବ ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ସିଲଡ ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। କ୍ଲଷ୍ଟର ଅନ୍ତର୍ଗତ ୧୪ ଟି ବିଦ୍ୟାଳୟର ୨୧୦ ଜଣ ଛାତ୍ରଛାତ୍ରୀ ୧୧ ଟି ବିଭାଗର ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ୩୨ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ସହଯୋଗ କରିଥିଲେ।
Article Image
16