ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ବୁଗୁଡା ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ଦିବସ ୨୦୨୫

ବୁଗୁଡ଼ା, 13/10/2025, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ):
Article Image
ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଓ ଗଞ୍ଜାମ ଜିଲ୍ଲା ପ୍ରଶାସନଙ୍କ ନିର୍ଦ୍ଦେଶ ପ୍ରକାରେ ବୁଗୁଡା ବ୍ଲକ ପ୍ରଶାସନ ପକ୍ଷରୁ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବୁଗୁଡା ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ଦିବସ-୨୦୨୫ ପାଳନ ହୋଇଯାଇଛି। ବୁଗୁଡା ବିଡ଼ିଓ ଦୁତିକୃଷ୍ଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବୁଗୁଡା ତହସିଲଦାର ତାପସ ରାଉତ, ବୁଗୁଡା ବିଇଓ ଚିନ୍ମୟ ମହାପାତ୍ର, ଏଏଫଓ ସଂସ୍କୃତି ପଣ୍ଡା ଓ ସିଡିପିଓ ବବିତା କୁମାରୀ ପଣ୍ଡା ଅତିଥି ଭାବେ ଯୋଗ ଦେଇ ବରିଷ୍ଠ ନାଗରିକମାନେ ହେଉଛନ୍ତି ସମାଜ ଓ ପରିବାରର ଦିଗ ଦର୍ଶକ ବୋଲି ପ୍ରକାଶ କରିଥିଲେ। ଏଥିସହ ବରିଷ୍ଠ ନାଗରିକମାନଙ୍କୁ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ସହ ଆଇନଗତ ଅଧିକାର ବିଷୟରେ ଆଲୋକପାତ କରିଥିଲେ। ଏହି ଅବସରରେ ଉପସ୍ଥିତ ବରିଷ୍ଠ ନାଗରିକମାନଙ୍କୁ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ବରିଷ୍ଠ ନାଗରିକଙ୍କ ବିଷୟ ନେଇ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ କୃତିତ୍ତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା।
7