ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ / କଲ୍ୟାଣସିଂପୁର , 13/10/2025, ଉତ୍କଳ voice news - utkalvoicenews.com( ରାୟଗଡ଼ା ରୁ ପ୍ରଫୁଲ୍ଲ କୁମାର ବେହେରା ଙ୍କ ରିପୋର୍ଟ ) :
Article Image
ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ କଲ୍ୟାଣସିଂପୁର ବ୍ଲକ ସଦର ମହକୁମାସ୍ଥିତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର, ସିଡ଼ିଓ ଅକ୍ଷୟ କୁମାର ଖେମୁଣ୍ଡୁ,ଉପ ଜିଲ୍ଲାପାଳ ରାୟଗଡ ଶ୍ରୀ ରମେଶ କୁମାର ଜେନା, ପ୍ରକଳ୍ପ ପ୍ରଶାସକ ଚନ୍ଦ୍ରକାନ୍ତ ମାଝୀ, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଵି ସରୋଜିନୀ ଦେବୀ, ସମିତି ଅଧ୍ୟକ୍ଷା ଶ୍ରୀମତୀ ଅମ୍ରିତା କାଦ୍ରାକା ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
Article Image
ଆଜି ମୋଟ୭୫ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୬୩ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୮ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଶିବିରରେ ବିଭିନ୍ନ ସମସ୍ୟା ମାନ ଅଭିଯୋଗ ପଞ୍ଜିକୃତ ହୋଇଥିଲା ।
Article Image
ସ୍ୱାସ୍ଥ୍ୟଗତ ସମସ୍ୟା ନିମନ୍ତେ ୪ଜଣକୁ ୬୦ହଜାର ଟଙ୍କା ରେଡ କ୍ରସ ପାଣ୍ଠିରୁଜିଲ୍ଲାପାଳ ପ୍ରଦାନ କରିଥିଲେ l ଜିଲ୍ଲାପାଳ ଆଜିର ଅଭିଯୋଗ ପାଇବା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶିବିରରେ ତହସିଲଦାର,କଲ୍ୟାଣ ସିଂପୁର, ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
Article Image
ଅଭିଯୋଗ ଶୁଣାଣି ଶିବିରକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ମନୀଷା ଦାସ,ସହକାରୀ ଜିଲ୍ଲାପାଳ (ଗ୍ରୀଭାନ୍ସ) ସସ୍ମିତା ପଟ୍ଟନାୟକ ପରିଚାଳନା କରିଥିଲେ ।
5