ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ମାଣିତରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି"

ବୁଗୁଡା, 16/10/2025, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ବୁଗୁଡା ବ୍ଲକର ମାଣିତରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ କାର୍ଯ୍ୟକ୍ରମ ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମାଣିତରା କ୍ଲଷ୍ଟର ସିଆରସିସି ଶଶିକାନ୍ତ ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୁରଭି-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣା ଅଧ୍ୟକ୍ଷତା କରିଥିବା ବେଳେ କବି ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଅନନ୍ତ କର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ମୁଖ୍ୟବକ୍ତା ଭାବେ ବୁଗୁଡାର ଇଂରାଜୀ ମାଧ୍ୟମ ଶିକ୍ଷାନୁଷ୍ଠାନ ବିରଞ୍ଚିନାରାୟଣ ପବ୍ଲିକ ସ୍କୁଲର ପ୍ରିନ୍ସିପାଲ ବାଲ ଗୋପାଲ ଶତପଥୀ ଯୋଗଦେଇ ସୁରଭି କାର୍ଯ୍ୟକ୍ରମ ଦ୍ୱାରା ଛାତ୍ରଛାତ୍ରୀମାନଙ୍କ ଲୁକାୟିତ ପ୍ରତିଭା ଲୋକଲୋଚନକୁ ଆସିଥାଏ ବୋଲି ପ୍ରକାଶ କରିବା ସହ ବିଭିନ୍ନ ଉଦାହରଣ ସହ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀଙ୍କ କର୍ତ୍ତବ୍ୟ, ଆଚରଣ ଓ ଉଚ୍ଚାରଣ ବିଷୟ ଉପସ୍ଥାପନ କରିଥିଲେ। ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ ତଥା ବରିଷ୍ଠ ସାମ୍ବାଦିକ ଅନିଲ କୁମାର ମହାରଣା, ମାଣିତରା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ମେଡ଼ିକାଲ ଅଫିସର ଡାକ୍ତର ଦୁର୍ଗା ପ୍ରସାଦ ବିଶ୍ୱାଳ, ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସିପାଲ ଅନୁପ କୁମାର ପଣ୍ଡା, ବୁଗୁଡ଼ ବଳଦେବ ସ୍ୱାମୀ ମହିଳା ମହାବିଦ୍ୟାଳୟର ଅଧ୍ୟାପକ ବିଭୁତି ଭୂଷଣ ମିଶ୍ର, ସଙ୍କୁରୁ ହାଇ ସ୍କୁଲର ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ସ୍ୱାଇଁ, ବିରଞ୍ଚିପୁର ହାଇ ସ୍କୁଲ ପ୍ରଧାନ ଶିକ୍ଷକ ମୃତ୍ୟୁଞ୍ଜୟ ହୋତା ଓ ବିରଞ୍ଚିପୁର ସିଆରସିସି ଦେବଦତ୍ତ ମହାନ୍ତି ଯୋଗଦେଇଥିଲେ। ମାଣିତରା କ୍ଲଷ୍ଟର ଅନ୍ତର୍ଗତ ୧୩ ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ସୁରଭି-୨୦୨୫ କାର୍ଯ୍ୟକ୍ରମର ବିଭିନ୍ନ ପ୍ରତିଯୋଗିତାରେ ଯୋଗଦେଇଥିବା ବେଳେ କୃତିତ୍ୱ ଅର୍ଜ୍ଜନ କରଥିବା ପ୍ରତିଯୋଗୀଙ୍କୁ ଅତିଥି ବୃନ୍ଦ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ଶିକ୍ଷୟିତ୍ରୀ ମାମିନା ଦଳେଇ ଓ ଶିକ୍ଷକ ସର୍ଦ୍ଦାର ଜିତେନ୍ଦ୍ର ନାୟକ ମଞ୍ଚ ପରିଚାଳନା କରିଥିବାବେଳେ ସମସ୍ତ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ସହଯୋଗ କରିଥିଲେ।
4