ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଦୁର୍ନୀତି ନିବାରଣ ସଚ଼େତନତା ସପ୍ତାହ ପାଳନ ଅବସରରେ ସାଧୁତା ଶପଥ ପାଠ ।

ଢେଙ୍କାନାଳ, 28/10/2025, ଉତ୍କଳ voice news - utkalvoicenews.com( ଢ଼େଙ୍କାନାଳ ରୁ ଶୁଭମ୍ ପାଣି ଙ୍କ ରିପୋର୍ଟ ) :
Article Image
ଆଜ - ତା. ୨୭.୧୦.୨୦୨୫ ରିଖ ଠାରୁ ଆସନ୍ତା - ୦୨.୧୧.୨୦୨୫ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହେଉଅଛି । ଏହି ଉପଲକ୍ଷେ ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲା କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଏକ ସାଧୁତା ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି । ସଭାଗୃହ ଠାରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଲଳିତ ମୋହନ ବେହେରା ଜିଲ୍ଲା କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ । ଏହି ଶପଥ ପାଠ ସମୟରେ ଦୁର୍ନୀତି ନିବାରଣ ବିଭାଗ, ଢେଙ୍କାନାଳର ଉପ-ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅନସୂୟା ସେନାପତିଙ୍କ ସହ ବିଭାଗର କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଏହି ସମୟରେ ବ୍ଲକ, ଉପଖଣ୍ଡ ଓ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ ନିଜ ନିଜ କାର୍ଯ୍ୟାଳୟରେ ଏହି ସାଧୁତା ଶପଥ ପାଠ କରିଛନ୍ତି ।
Article Image
12