ଉତ୍କଳ voice news - utkalvoicenews.com
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com
ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ରାୟଗଡା ଦ୍ୱାରା ରାଷ୍ଟ୍ରିୟ ଆଇନ ସେବା ଦିବସ ପାଳନ
ରାୟଗଡ଼ା, 09/11/2025, ଉତ୍କଳ voice news - utkalvoicenews.com( ରାୟଗଡ଼ା ରୁ ପ୍ରଫୁଲ୍ଲ କୁମାର ବେହେରା ଙ୍କ ରିପୋର୍ଟ ) :
ରାୟଗଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଦ୍ୱାରା “ରାଷ୍ଟ୍ରିୟ ଆଇନ ସେବା ଦିବସ” ପାଳିତ ହୋଇଯାଇଛି ।ଏହି ଉପଲକ୍ଷେ ସ୍ଥାନୀୟ ଜିଲ୍ଳା ଅଦାଲତ ପରିସରଠାରୁ ଡେଲି ମାର୍କେଟ ପର୍ଯ୍ୟନ୍ତ ଏକ ପ୍ରଭାତ ଫେରୀ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଏଥିରେ ଜିଲ୍ଲା ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ସତ୍ୟ ନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ପ୍ରଭାତ ଫେରୀ କାର୍ଯ୍ୟକ୍ରମ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ସଞ୍ଜିତ କୁମାର ବେହେରା, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ଅଳ୍ପନା ସ୍ୱାଇଁ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ଅପର୍ନା ମହାପାତ୍ର, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର ତଥା ଅନ୍ୟ ଆଇନଜୀବି, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମସ୍ତ ପାନେଲ ଓକିଲ, ଅଧିକାର ମିତ୍ର ତଥା ପାରା ଲିଗାଲ ଭଲ୍ୟୁଣ୍ଟର, ଜିଲ୍ଳା ଅଦାଲତର ସମସ୍ତ କର୍ମଚାରୀ, ଜି.ସି.ଡି ଜିଲ୍ଳା ହାଇସ୍କୁଲ ର ଶିକ୍ଷକ ଓ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିଥିଲେ I ପରିଶେଷରେ ଜିଲ୍ଲା ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ସତ୍ୟ ନାରାୟଣ ଷଡଙ୍ଗୀ ସର୍ବ ପ୍ରଥମେ ସମସ୍ତଙ୍କୁ ଅଭିବାଦନ ଜଣାଇ ରାଷ୍ଟ୍ରିୟ ଆଇନ ସେବା ଦିବସ ପାଳନ ର ଆଭିମୂଖ୍ୟ ଓ ଆବଶ୍ୟକତା ଉପରେ ଆଲୋକପାତ କରିଥିଲ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଜି.ସି.ଡି ଜିଲ୍ଳା ହାଇସ୍କୁଲ ର ଛାତ୍ର ଛାତ୍ରୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I
7