ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ ତରଫରୁ ଦୁଇ ଜଣ ଅସହାୟ ବ୍ୟକ୍ତିଙ୍କୁ ଆର୍ଥିକ ସହାୟତା ପ୍ରଦାନ

କୁଜଙ୍ଗ, 12/11/2025, ଉତ୍କଳ voice news - utkalvoicenews.com
Article Image
ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ସାଇଲୋ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଛୋଟିବର ଗ୍ରାମର ସ୍ନାୟୁ ଜନିତ ରୋଗରେ ପୀଡ଼ିତ ସୁଧୀର କୁମାର ସାହୁ, ମଲ୍ଲାସାହି ଗ୍ରାମପଞ୍ଚାୟତ ଅନ୍ତର୍ଗତ ତେଣ୍ଟେଇକୁଦ ଗ୍ରାମର କର୍କଟ ପୀଡ଼ିତା ବିଦ୍ୟୁଲତା ଦାସଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଓଡ଼ିଶାର ପ୍ରମୁଖ ଦାତବ୍ୟ ଟ୍ରଷ୍ଟ ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ | ସୂଚନା ଯୋଗ୍ୟ କି, ଦୁଇ ଜଣ ଅତ୍ୟନ୍ତ ଗରିବ ଶ୍ରେଣୀର ବ୍ୟକ୍ତି | ଗତ କିଛି ମାସ ହେବ ସେମାନେ ଦୁରାରୋଗରେ ପୀଡିତ ହୋଇ ବର୍ତ୍ତମାନ ଜୀବନ ମୃତ୍ତ୍ୟୁ ସହ ସଂଗ୍ରାମ କରୁଛନ୍ତି | ଦୁଇ ଓଳି ଦୁଇ ମୁଠା ଖାଇବାକୁ ନାହିଁ। ଅର୍ଥାଭାବରୁ ଏହି ଦୁଇ ବ୍ୟକ୍ତିଙ୍କର ଚିକିସ୍ଥାରେ ଅର୍ଥ ସାଜିଛି ବାଧକ | ବିଭିନ୍ନ ଗଣମାଧ୍ୟମରୁ ଏହି ଦୁଃଖଦ ଖବର ପାଇ ମା ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ସଭାପତି ତଥା ସମାଜସେବୀ ଇଂ ଶଙ୍ଖେଶ୍ଵର ପ୍ରସାଦ ମହାନ୍ତିଙ୍କ ପରାମର୍ଶ କ୍ରମେ ବରିଷ୍ଠ ସଦସ୍ୟ ନନ୍ଦନନ୍ଦନ ଜୟସିଂ ଏବଂ ଜୀବନଜ୍ୟୋତି ଜୟସିଂ ପ୍ରମୂଖ ସେମାନଙ୍କ ବାସଭବନରେ ପହଞ୍ଚି ପ୍ରତ୍ୟେକ ବ୍ୟକ୍ତିଙ୍କୁ ଦଶ ହଜାର (୧୦,୦୦୦/-) ଟଙ୍କା ହିସାବରେ ମୋଟ କୋଡ଼ିଏ ହଜାର (୨୦,୦୦୦/-) ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବା ସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ | ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ବଦାନ୍ୟତା ପାଇଁ ସମସ୍ତ ପରିବାର ବର୍ଗ କୃତଜ୍ଞତା ଜଣାଇଥିବା ବେଳେ ଅନୁଷ୍ଠାନର ଏହି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ଭୁୟୀୟସୀ ପ୍ରଶଂସା କରାଯାଇଛି |
Article Image
Article Image
Article Image
5