ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଦେହାନ୍ତ

ବୁଗୁଡ଼ା, 12/11/2025, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ସ୍ଥାନୀୟ ପିପୁଲ୍ସ ହାଇସ୍କୁଲର ପ୍ରାକ୍ତନ ଶିକ୍ଷକ ତଥା ଭାମଶ୍ୟାଳି ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଭୁବନେଶ୍ବର ଦୋରା(୭୬)ଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ମଙ୍ଗଳବାର ସକାଳେ ଭାମଶ୍ୟାଳିସ୍ଥିତ ସ୍ବବାସଭବନରେ ସେ ହୃଦଘାତର ଶିକାର ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ବୁଗୁଡା ମେଡିକାଲକୁ ଅଣାଯାଇଥିଲା । ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସେ ଜଣେ କର୍ତ୍ତବ୍ୟନିଷ୍ଠ ଓ ଛାତ୍ରବତ୍ସଳତ ଶିକ୍ଷକ ଥିଲେ। ସେ ଅଧ୍ଯାପନା କାର୍ଯ୍ୟରୁ ଅବସର ଗ୍ରହଣ କରିବା ପରେ ଆଧ୍ଯାତ୍ମିକ କାର୍ଯ୍ୟରେ ଲିପ୍ତ ଥିଲେ। ତାଙ୍କର ମୃତ୍ୟୁ ଖବର ପ୍ରକାଶ ପାଇବା ପରେ ଗ୍ରାମବାସୀଙ୍କ ସମେତ ବହୁ ବିଶିଷ୍ଟ ବ୍ଯକ୍ତି ଅନ୍ତିମ ଦର୍ଶନ ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିବା ବେଳେ ଶିକ୍ଷକ ମହଲରେ ଶୋକର ଛାୟା ଖେଳିଯାଇଛି।
15