ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ବିଭିନ୍ନ ଶିକ୍ଷାନୁଷ୍ଠାନରେ ଶିଶୁ ଦିବସ ପାଳିତ

ବୁଗୁଡ଼ା, 14/11/2025, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଶିଶୁ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ଆଚାର୍ଯ୍ୟ ପ୍ରତିନିଧି ଗୁରୁମା ସୁମତି ମିଶ୍ରଙ୍କ ପୌରହିତ୍ଯରେ ଅନୁଷ୍ଠିତ ଶିଶୁ ଦିବସ ପାଳନ କାର୍ଯ୍ୟକ୍ରମରେ ଅତିଥି ଭାବେ ଶିକ୍ଷାବିତ୍ ଡ. ବ୍ରଜକିଶୋର ପାଢୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ଶିଶୁ ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କେ ଆଲୋକପାତ କରିଥିଲେ। ଗୁରୁମା ବାଳାମଣି ବେହେରାଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଛାତ୍ରୀ ଲିଟିଲି ରାଣୀ ପୃଷ୍ଟି ଅମୃତ ବଚନ ପ୍ରଦାନ କରିଥିବା ବେଳେ ପରିଶେଷରେ ଗୁରୁମା ହରପ୍ରିୟା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ସ୍ଥାନୀୟ ନିୟୁ ଏରା ପବ୍ଲିକ ସ୍କୁଲରେ ଉପାଧ୍ୟକ୍ଷ ଅନିରୁଦ୍ଧ ଗୌଡଙ୍କ ସଭାପତିତ୍ବରେ ଅନୁଷ୍ଠିତ ଶିଶୁ ଦିବସ ପାଳନ କାର୍ଯ୍ୟକ୍ରମରେ ଅତିଥି ଭାବେ ବୁଗୁଡା ମିଡିଆ କ୍ଲବ୍ ସଭାପତି ଅନୀଲ ପଟ୍ଟନାୟକ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ। ସ୍କାଉଟ୍ ଶିକ୍ଷକ ବୈଷ୍ଣବ ଚରଣ ଦାଶଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଶିକ୍ଷକ ସିମାଞ୍ଚଳ ଦାଶ ଅତିଥି ପରିଚୟ ପ୍ରଦାନ ଏବଂ ପରିଶେଷରେ ଶିକ୍ଷୟିତ୍ରୀ ସୁଦୀପ୍ତା କୁମାରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟପକ୍ଷରେ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ , ପିପୁଲ୍ସ ହାଇସ୍କୁଲ , ବୁଦ୍ଧଗିରି ବିଦ୍ୟାପୀଠ , ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲ, ସାଇ ସରସ୍ବତୀ ଶିଶୁ ମନ୍ଦିର, ଶୋଭନୀୟ ପବ୍ଲିକ୍ ସ୍କୁଲ୍ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ ଅନୁଶିକ୍ଷଣ କେନ୍ଦ୍ର ଗୁଡିକରେ ମଧ୍ୟ ଶିଶୁ ଦିବସ ପାଳିତ ହୋଇଯାଇଛି ।
Article Image
Article Image
8