ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

"ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା କୁ ପତାକା ହଲାଇ ଶୁଭେଚ୍ଛା ଜଣାଇଲେ - ଉପମୁଖ୍ୟମନ୍ତ୍ରୀ"

ରାୟଗଡ଼ା, 15/12/2025, ଉତ୍କଳ voice news - utkalvoicenews.com( ରାୟଗଡ଼ା ରୁ ପ୍ରଫୁଲ୍ଲ କୁମାର ବେହେରା ଙ୍କ ରିପୋର୍ଟ ) :
Article Image
ବରିଷ୍ଠ ନାଗରିକ ତୀର୍ଥ ଯୋଜନାରେ ବରିଷ୍ଠ ନାଗରିକ ଯାତ୍ରlକୁ ଶୁଭାରମ୍ଭ କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତି ପରିଡ଼ା l ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ଛଅ ଗୋଟି ଜିଲ୍ଲାର ୭୭୫ ଜଣ ବରିଷ୍ଠ ନାଗରିକ। ଦକ୍ଷିଣ-ପଶ୍ଚିମାଞ୍ଚଳ ଅନ୍ତର୍ଗତ କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି ଜିଲାର ୭୭୫ଜଣ ତୀର୍ଥଯାତ୍ରୀ ଓ ୨୫ ଜଣ ଏସକର୍ଟ ଆଜି ରାୟଗଡ ରେଳ ଷ୍ଟେଶନରୁ ସ୍ବତନ୍ତ୍ର ଟ୍ରେନ ଯୋଗେ ରାମେଶ୍ବର ଓ ମଦୁରାଇ ଅଭିମୁଖେ ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି। ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ବରିଷ୍ଠ ନାଗରିକମାନଙ୍କୁ ଶୁଭେଚ୍ଛା ଜ୍ଞାପନ କରି ଉପ ମୁଖ୍ୟମନ୍ତ୍ରୀ କହିଲେ ଯେ ପରିଣତ ବୟସରେ ବରିଷ୍ଠ ନାଗରିକଙ୍କୁ ଏହି ଯାତ୍ରା ଧାର୍ମିକ ସହାୟତା ପ୍ରଦାନ ପାଇଁ ସରକାରଙ୍କ କାର୍ଯ୍ୟକ୍ରମ ଏବଂ ଆର୍ଥିକ ପରିସ୍ଥିତି ଓ ପାରିପାର୍ଶ୍ୱିକ ଅବସ୍ଥା ଯୋଗୁ ଅନେକ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯିବାରୁ ବଞ୍ଚିତ ରହୁଥିଲେ। ତାହା ଦୂରେଇବା ପାଇଁ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲାପାଳ ଆଶୁତୋଷ କୂଲକର୍ଣୀଙ୍କ ଅଧ୍ୟକ୍ଷତାରେ ରେଳ ଷ୍ଟେଶନଠାରେ ଅନୁଷ୍ଠିତ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମରେ ପର୍ଯ୍ୟଟନ କମିଶନର ତଥା ଶାସନ ସଚିବ ଶ୍ରୀ ବଳବନ୍ତ ସିଂହ, ରେଳବାଇ ଡିଆରଏମ ଅମିତାଭ ସିଂଘଲ, ଏସପି ସ୍ବାତୀ ଏସ. କୁମାର ଅତିଥି ଭାବେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ରେଳବାଇ ଆଇଆରସିଟିସି କର୍ତ୍ତୁପକ୍ଷ ଏବଂ ଜିଲ୍ଳାସ୍ତରୀୟ ଅଧିକାରୀ ଉପସ୍ଥିତ ରହିଥିଲେ। ବରିଷ୍ଠ ନାଗରିକଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନାର ମନୋଭାବ ଆସୁଥିବା ବେଳେ ସେମାନେ ତୀର୍ଥସ୍ଥାନ ଭ୍ରମଣ କରିପାରନ୍ତିନାହିଁ। ତାହା ଦୂରେଇବା ପାଇଁ ଏହି କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି ବୋଲି ପର୍ଯ୍ୟଟନ ବିଭାଗ ତରଫରୁ କରାଯାଇଛି। ଚଳିତ ଥର ୭୭୫ ଜଣ ତୀର୍ଥଯାତ୍ରୀ ଓ ୨୫ ଏସକଟ ଅଫିସର ମିଶି ମୋଟ ୮୦୦ ଜଣ ଯାତ୍ରାର ସୁଯୋଗ ପାଇଛନ୍ତି । ଏହି ଯାତ୍ରା ବେଳେ ତୀର୍ଥ ଯାତ୍ରୀମାନଙ୍କ ସମସ୍ତ ସୁବିଧା ରାଜ୍ୟ ସରକାର ବହନ କରିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ରହିବା, ଯିବା ଆସିବା ଏବଂ ଖାଦ୍ୟ ପାନୀୟର ବ୍ୟବସ୍ଥା ସହ ଜଗୁଆଳୀ, ପଥ ପ୍ରଦର୍ଶକ, ଯାତ୍ରୀ ବୀମା ଏବଂ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ।
Article Image
ଚଳିତବର୍ଷ ୨ୟ ପର୍ଯ୍ୟାୟରେ ଏହି ତୀର୍ଥଯାତ୍ରା ଆରମ୍ଭ ହୋଇଥିବାବେଳେ ଏଥିରେ ରାୟଗଡ ଠାରୁ ରାମେଶ୍ବର ଓ ମଦୁରାଇ ଭ୍ରମଣ ସ୍ଥିର କରାଯାଇଥିଲା। ଏଥିରେ ରାୟଗଡା ଜିଲ୍ଳାର ୧୧୮ ଜଣ ତୀର୍ଥଯାତ୍ରୀଙ୍କ ସମେତ କୋରାପୁଟର ୧୬୮ଜଣ, ନବରଙ୍ଗପୁର ୧୪୮ଜଣ, ମାଲକାନଗିରି ୭୫, ନୂଆପଡା ଜିଲ୍ଳାର ୭୪ ମଧ୍ୟ ଏବଂ କଳାହାଣ୍ଡିର ୧୯୨ ଜଣ ତୀର୍ଥଯାତ୍ରୀ ତୀର୍ଥଯାତ୍ରା କରିଛନ୍ତି। ଗତକାଲି ଉକ୍ତ ଛଅଟି ଜିଲାରେ ତୀର୍ଥଯାତ୍ରୀଙ୍କୁ ରାୟଗଡାରେ ରହଣି ବ୍ୟବସ୍ଥା କରାଯାଇଥିବା ବେଳେ ସଂଧ୍ୟାରେ ଭଜନ ସନ୍ଧ୍ୟା ଭଳି ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଆଜି ରାୟଗଡା ରେଳବାଇ ଷ୍ଟେଶନ ସମ୍ମୁଖରେ ତୀର୍ଥଯାତ୍ରୀମାନଙ୍କୁ ଫୁଲମାଳ ଦେଇ ସ୍ବାଗତ କରାଯାଇଥିବା ବେଳେ ଷ୍ଟେଶନ ପରିସରରେ ଏକ ସଭାର ଆୟୋଜନ କରାଯାଇଥିଲା। ଏହାପରେ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ରlୟଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା ମଝି ଘରିଆଣିଙ୍କୁ ଦର୍ଶନ କରିଥିଲେ l ସ୍ଥାନୀୟ ପ୍ରଦକ୍ଷିଣ ଗୃହ ପାର୍ଶ୍ୱସ୍ଥ ସମ୍ମିଳନୀ କକ୍ଷରେ ବିଭିନ୍ନ ବିଭାଗ ଉପରେ ସମୀକ୍ଷା କରିଥିଲେ l
Article Image
Article Image
8