ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବୁଗୁଡ଼ା, 18/12/2025, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୩୨ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସରୋଜକାନ୍ତ ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ଛାତ୍ରୀଛାତ୍ର ମାନଙ୍କୁ ଉଦବୋଧନ ଦେଇ ନିଷ୍ଠାପର ଭାବେ ଅଧ୍ୟୟନ କରିବା ସହ ବିକଶିତ ଓଡ଼ିଶା ଗଠନରେ ଛାତ୍ରୀଛାତ୍ର ମାନେ ଜଣେ ଜଣେ ଧର୍ମପଦ ଭାବେ ନିଜ ନିଜକୁ ପ୍ରସ୍ତୁତି କରିବକୁ ପରାମର୍ଶ ଦେଇଥିଲେ। ଏଥିରେ ସମ୍ମାନିତ ଅତିଥି ରୂପେ ଭଂଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା, ଉଚ୍ଚଶିକ୍ଷା ବିଭାଗ କ୍ଷେତ୍ରୀୟ ଯୁଗ୍ମ ନିର୍ଦ୍ଦେଶକ ପ୍ରଦୀପ କୁମାର ସାହୁ, ସମାଜସେବୀ ରବୀନ୍ଦ୍ର କୁମାର ପରିଡା, ବୁଗୁଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରତିନିଧି କେ ନୀଳମାଧବ ଆଚାରୀ, ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ ଗୋପୀନାଥ ମହାନ୍ତି,ଯୁବ ସମାଜ ସେବୀ ସଂଜୟ କୁମାର ଜେନା ପ୍ରମୁଖ ଯୋଗ ଦେଇଥିଲେ। କ୍ରୀଡା ଓ ସାଂସ୍କୃତିକ ବିଭାଗରେ ସର୍ବୋତ୍ତମ ପ୍ରଦର୍ଶନ ପାଇଁ ଉଭୟ ବାଳକ ଓ ବାଳିକା ବର୍ଗରେ ଚମ୍ପିୟାନ ଏବଂ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷାରେ ସର୍ବାଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ଛାତ୍ରୀ ଛାତ୍ର ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ।
Article Image
65