ବୁଗୁଡ଼ା, 23/12/2025, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
ସ୍ଥାନୀୟ ବିରଞ୍ଚିନାରାୟଣ ପବ୍ଲିକ ସ୍କୁଲ ପରିସରରେ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଧ୍ୟକ୍ଷ ବାଳ ଗୋପାଳ ଶତପଥି ମୁଖ୍ୟ ପୁରୋଧା ଭାବେ ଯୋଗଦେଇ କ୍ରୀଡା ପତାକା ଉତ୍ତୋଳନ କରିଥିଲେ। ଅତିଥି ଭାବେ ଏକାଡେମୀକ ଆଡ଼ଭାଇଜର ସୁରେଶ କୁମାର ଦାସ , ପ୍ରକୃତି ବନ୍ଧୁ ତଥା ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ବି. ଗୋପାଳ ପାତ୍ର ଯୋଗ ଦେଇଥିଲେ।ଅତିଥିମାନେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବର ଶୁଭାରମ୍ଭ କରିବା ସହ ପିଲାମାନଙ୍କୁ ଶାରୀରିକ ଓ ମାନସିକ ବିକାଶ ପାଇଁ କ୍ରୀଡାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ।କାର୍ଯ୍ୟକ୍ରମର ବିଶେଷତ୍ୱ ଅନୁଷ୍ଠାନର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ତତ୍ତ୍ୱାବଧାନରେ ବିଭିନ୍ନ ପ୍ରକାରର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ନିଜର କ୍ରୀଡା ନୈପୁଣ୍ୟ ପ୍ରଦର୍ଶନ କରିଥିଲେ। ଶେଷରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।