ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

୧୯୮୮ ବ୍ୟାଚ ବନ୍ଧୁମିଳନ ଓ ସମ୍ବର୍ଦ୍ଧନା ସଭା

ଏରସମା, 24/12/2025, ଉତ୍କଳ voice news - utkalvoicenews.com( ଏରସମା ରୁ ଅଂଶୁମାନ ମିଶ୍ର ଙ୍କ ରିପୋର୍ଟ ) :
Article Image
ଏରସମା ବ୍ଲକ ଅନ୍ତର୍ଗତ ଜୟଦେବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନୂଆ ରତ୍ନପୁର ୧୯୮୮ ମସିହା ମାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀ ମାନଙ୍କର ବନ୍ଧୁମିଳନ ନୂଆ ରତ୍ନପୁର ସ୍କୁଲ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ନୂଆ ରତ୍ନପୁର ବିଦ୍ୟାଳୟର ପୂର୍ବତନ ଶିକ୍ଷକ ରମେଶ ଚନ୍ଦ୍ର ପଣ୍ଡା, ଭଜି ମହାପାତ୍ର, ରବିନ୍ଦ୍ର ନାଥ ସାହୁ,ମାଗୁଚରଣ ଜେନା,ମାନସ ଦାସ, ଜ୍ୟୋତ୍ସ୍ନାରାଣୀ ସ୍ୱାଇଁ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଅଶେଷ ଅଶେଷ ଧନ୍ୟବାଦ୍ ଦେବା ସହିତ ଦୀର୍ଘାୟୁ ଜୀବନ କାମନା କରିଥିଲେ।ବ୍ୟାଚର ପ୍ରାକ୍ତନ ଛାତ୍ରଛାତ୍ରୀ ମାନେ ଆଜି ଏକାଠି ହୋଇ ନିଜ ନିଜର ଛାତ୍ର ଜୀବନର ଅଭୁଲା ସ୍ମୃତିକୁ ରୋମନ୍ଥନ କରିଥିଲେ।ଏଥିସହିତ ପରଷ୍ପର ପାରିବାରିକ ଜୀବନ ସମ୍ପର୍କରେ ଅବଗତ ହୋଇଥିଲେ। ଛାତ୍ର ଜୀବନର ଅଭୁଲା ସ୍ମୃତିକୁ ମନେ ପକାଇବାପାଇଁ ପ୍ରତ୍ୟେକ ବର୍ଷ ଏହିପରି ବନ୍ଧୁମିଳନ କରିବାକୁ ଏହି ଅବସରରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ପ୍ରାକ୍ତନ ଛାତ୍ର ତୋଫାନ,ହୃଷି, ନାରଣ, ବିମଳ, ସୁବାଷ, ସବିତା, ପବିତ୍ର, ପ୍ରଶାନ୍ତ, ସଞ୍ଜୟ, ଶୁଶାନ୍ତ, ବସନ୍ତ, ଫକୀର, ସମୀର,ଶୁଶମା,ବିନୁପ,ମମତା, ଲଲା, ସ୍ୱର୍ଣ୍ଣ, ରଞ୍ଜନଙ୍କ ସମେତ ୧୯୮୮ ବ୍ୟାଚର ସମସ୍ତ ଛାତ୍ରଛାତ୍ରୀ ମାନେ ବନ୍ଧୁ ମିଳନରେ ଯୋଗ ଦେଇଥିଲେ ।
Article Image
17