ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ମାଣିତରା ହାଇ ସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ଭବ୍ୟ ସମ୍ବର୍ଦ୍ଧନା

ବୁଗୁଡ଼ା, 02/01/2026, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ବ୍ଳକର ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣା ଅବସର ଗ୍ରହଣ କରିଥିବା ବେଳେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ବୃନ୍ଦଙ୍କ ସମେତ ଅଞ୍ଚଳର ବହୁ ଶିକ୍ଷାପ୍ରେମୀ ଉପସ୍ଥିତ ରହି ଭବ୍ୟ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ଶ୍ରୀ ମହାରଣା ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟରେ ପ୍ରାୟ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ପରିବେଶକୁ ସୌନ୍ଦର୍ଯ୍ୟମୟ କରିବା ସହ ଛାତ୍ରଛାତ୍ରୀଙ୍କୁ ଉଚ୍ଚମାନର ଶିକ୍ଷାଦାନ ପାଇଁ ଆନ୍ତରିକ ଉଦ୍ୟମ ସହ ସମସ୍ତ ସହକର୍ମୀମାନଙ୍କୁ ଶିକ୍ଷାର ଉନ୍ନତି ପାଇଁ ପ୍ରେରଣା ପ୍ରଦାନ କରି ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଗ୍ରାମବାସୀଙ୍କ ପ୍ରିୟ ଭାଜନ ହୋଇପାରିଥିଲେ। ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପରେ ଗ୍ରାମ ପରିକ୍ରମା କରାଯାଇଥିଲା। ଏହି ପରିକ୍ରମା ସମୟରେ ଅଭିଭାବକ ବୃନ୍ଦ ଶ୍ରୀ ମହାରଣାଙ୍କୁ ବନ୍ଦାପନା କରି ସମ୍ମାନ ଜଣାଇଥିଲେ। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ମହାରଣା ବିଦ୍ୟାଳୟର ପ୍ରଥମ ସହକାରୀ ଶିକ୍ଷକ ଦେବଦତ୍ତ କହଁରଙ୍କୁ ପ୍ରଧାନ ଶିକ୍ଷକ ଦାୟିତ୍ୱ ହସ୍ତାନ୍ତର କରିଥିଲେ। ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଥମ ପ୍ରଧାନ ଶିକ୍ଷକ ଦିବାକର ସାମନ୍ତରାୟ, ପୂର୍ବତନ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ମହାରଣା ଓ ପ୍ରକାଶ ଚନ୍ଦ୍ର ପ୍ରଧାନ, କେନ୍ଦୁବାଡି ହାଇସ୍କୁଲର ପ୍ରଧାନ ଶିକ୍ଷକ ସୂର୍ଯ୍ୟମଣି ମହାନ୍ତି, ଗୋଲିଆ ହାଇସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ନାଥ ପ୍ରଧାନ, କଣାଛାଇର ବାଳକୃଷ୍ଣ ହୋତା , ଗୋଲିଆର ସୁଶାନ୍ତ କୁମାର ସାହୁ, ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସପାଲ ଅନୁପ କୁମାର ପଣ୍ଡା, ବରିଷ୍ଠ ଅଧ୍ୟାପକ ଦିଲ୍ଲୀପ କୁମାର ଆଚାର୍ଯ୍ୟ ଓ ପ୍ରିୟବ୍ରତ ପ୍ରଧାନ, ବିଦ୍ୟାଳୟର ପୂର୍ବତନ କିରାଣୀ ଭଗବାନ ଜେନା, ଶିକ୍ଷାବିତ ତଥା ବରିଷ୍ଠ ସାମ୍ବାଦିକ ଅନିଲ କୁମାର ମହାରଣା, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବଂଶୀଧର ରାଉତ ଓ ପ୍ରଫୁଲ କୁମାର ରାଉତ, ପିତାମ୍ବର ରାଉତ, ଜୟଦେବ ରାଉତ, ଏବଂ ମାଣିତରା ହାଇ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ଭୋଗଡା, କାନକୁଟୁରୁ ଓ ଭାଲୁଆସାହି ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ଏବଂ ଛାତ୍ରଛାତ୍ରୀ ବୃନ୍ଦ ଯୋଗଦେଇ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ମହାରଣାଙ୍କ ଗୁଣଗାନ କରିଥିଲେ। ସହକାରୀ ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।
Article Image
4