ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

୨୦୨୫-୨୬ ଶିକ୍ଷାବର୍ଷର '୪ର୍ଥ ଅଭିଭାବକ-ଶିକ୍ଷକ/ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ।

ଢେଙ୍କାନାଳ, 17/01/2026, ଉତ୍କଳ voice news - utkalvoicenews.com( ଢ଼େଙ୍କାନାଳ ରୁ ଶୁଭମ୍ ପାଣି ଙ୍କ ରିପୋର୍ଟ ) :
Article Image
ଆଜି ତା ୧୭.୦୧.୨୬ ରିଖ (ଶନିବାର) ପି. ଏମ୍. ଶ୍ରୀ. ସୁଲକ୍ଷଣାଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ପରିସରରେ ଚଳିତ ୨୦୨୫-୨୬ ଶିକ୍ଷାବର୍ଷର '୪ର୍ଥ ଅଭିଭାବକ-ଶିକ୍ଷକ/ଶିକ୍ଷୟିତ୍ରୀ' ଯଥାରୀତିରେ ଅନୁଷ୍ଠିତ ହୋଇଅଛି।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବିଦ୍ୟାଳୟର ପଞ୍ଚସଖା ଶିକ୍ଷା ସେତୁର ସଭାପତି କୃସିଦା ବେଗମ ,ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମିନତୀ ଦେହୁରୀ, ପରିଚାଳନା ସମିତିର ସଭାପତି ଶ୍ରୀଯୁକ୍ତ ପ୍ରଦୀପ୍ତ ମହାପାତ୍ର ଙ୍କ ମାର୍ଗଦର୍ଶନରେ କାର୍ଯ୍ୟକ୍ରମଟି ସରସ ସୁନ୍ଦର ହୋଇଥିଲା । କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଉପଯୋଗିତା ସମ୍ବନ୍ଧରେ ମୁଖ୍ୟ ଅତିଥି କୃସିଦା ବେଗମ ଗୁରୁତ୍ୱ ଆରୋପ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଉପସ୍ଥିତ ଅଭିଭାବକ ଅଭିଭାବିକାଙ୍କୁ ବିଦ୍ୟାଳୟର ଶିକ୍ଷାଦାନ ତଥା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମତ ଉପସ୍ଥାପନ କରିଥିଲେ। ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଶର୍ମିଷ୍ଠା ଆଜି କାର୍ଯ୍ୟକ୍ରମର କାର୍ଯ୍ୟସୂଚୀ ସମ୍ପର୍କରେ ଉପସ୍ଥିତ ଅଭିଭାବକ-ଅଭିଭାବିକାଙ୍କୁ ଅବଗତ କରାଇଥିଲେ। ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁ କାର୍ଯ୍ୟକ୍ରମର ସମ୍ପୂର୍ଣ୍ଣ ସଂଯୋଜନା କାର୍ଯ୍ୟ କୁ ସରସ ଶୈଳୀ ରେ ଉପସ୍ଥାପନ କରିଥିଲେ।
Article Image
ପରିଶେଷରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଶର୍ମିଷ୍ଠା ଆଜିର କାର୍ଯ୍ୟକ୍ରମ ପାଇଁ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ।
10