ଏରସମା, 19/01/2026, ଉତ୍କଳ voice news - utkalvoicenews.com*( ଏରସମା ରୁ ଅଂଶୁମାନ ମିଶ୍ର ଙ୍କ ରିପୋର୍ଟ ) :*
ଏରସମା ବ୍ଲକ କପ୍ତେଶ୍ଵର ବିଦ୍ୟାପୀଠ ଢ଼ିଙ୍କିଆ ୨୦୦୦ ମସିହା ମାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀ ମାନଙ୍କର ବନ୍ଧୁମିଳନ ଓ ବଣଭୋଜି ଜଟାଧାରୀ ବେଳାଭୂମି ଠାରେ ଅନୁଷ୍ଠିତ ହୋଇଯାଇଛି।ବ୍ୟାଚର ପ୍ରାକ୍ତନ ଛାତ୍ରଛାତ୍ରୀ ମାନେ ଆଜି ଏକାଠି ହୋଇ ନିଜ ନିଜର ଛାତ୍ର ଜୀବନର ଅଭୁଲା ସ୍ମୃତିକୁ ରୋମନ୍ଥନ କରିଥିଲେ।ଏଥିସହିତ ପରଷ୍ପର ପାରିବାରିକ ଜୀବନ ସମ୍ପର୍କରେ ଅବଗତ ହୋଇଥିଲେ। ଛାତ୍ର ଜୀବନର ଅଭୁଲା ସ୍ମୃତିକୁ ମନେ ପକାଇବାପାଇଁ ପ୍ରତ୍ୟେକ ବର୍ଷ ଏହିପରି ବନ୍ଧୁମିଳନ କରିବାକୁ ଏହି ଅବସରରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରାକ୍ତନ ଛାତ୍ର ବିକ୍ରମଜିତ୍ ସାମନ୍ତରାୟଙ୍କ ତତ୍ତ୍ବାବଧାନରେ କପ୍ତେଶ୍ଵର ବିଦ୍ୟାପୀଠ ଢ଼ିଙ୍କିଆର ଶିକ୍ଷକ ମାନଙ୍କ ସହିତ ୨୦୦୦ ବ୍ୟାଚର ସମସ୍ତ ଛାତ୍ରଛାତ୍ରୀ ମାନେ ବନ୍ଧୁ ମିଳନରେ ଯୋଗ ଦେଇଥିଲେ ।