ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

କରଚୁଲି ଗୁଡିସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ବୁଗୁଡ଼ା, 22/01/2026, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ କରଚୁଲି ଗୁଡିସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ ବହୁ ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ରେଣୁ ପ୍ରଭା ଷଢଙ୍ଗୀଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଏହି ଉତ୍ସବରେ ଉଦୟପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସନ୍ଧ୍ୟା ରାଣୀ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ, ସିଆରସିସି ଶ୍ରୀ ଭିକାରୀ ଚରଣ ପ୍ରଧାନ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ। ପରିଚାଳନା କମିଟି ସଭାପତି ଶ୍ରୀମତୀ ରିଙ୍କିନା ପ୍ରଧାନ ଏବଂ ଏସ.ଏମ.ସି (SMC) ସଭ୍ୟବୃନ୍ଦ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଶୃଙ୍ଖଳିତ ଭାବେ ପାଠପଢ଼ିବା ସହ ଜଣେ ଜଣେ ଚରିତ୍ରବାନ ନାଗରିକ ହେବା ପାଇଁ ପରାମର୍ଶ ଦେଇଥିଲେ।ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।ବିଦ୍ୟାଳୟର କୁନି କୁନି ଛାତ୍ରଛାତ୍ରୀମାନଙ୍କ ଦ୍ୱାରାସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।ଶେଷରେ ବିଦ୍ୟାଳୟର ସହକାରୀ ଶିକ୍ଷକ ସଦାଶିବ ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ।
Article Image
8