ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ମହାଶିବରାତ୍ରୀ ପାଇଁ ସଜେଇ ହେଉଛି ଶୈବପୀଠ

ବୁଗୁଡ଼ା, 12/02/2026, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ମହାଶିବରାତ୍ରୀ ପାଇଁ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶୈବପୀଠ ସଜେଇ ହେଉଥ‌ିବା ଦେଖ‌ିବାକୁ ମିଳିଛି | ଚଳିତ ବର୍ଷ ଜାଗର ଯାତ୍ରାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ମନ୍ଦିର ପରିଚାଳନା କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ସହ କାର୍ଯ୍ୟସୂଚୀ ପ୍ରକାଶ ପାଇଛି I ଫଳରେ କେତେକ ଶୈବ ପୀଠରେ ନାମଯଜ୍ଞ ଓ ଅନ୍ନଯଜ୍ଞ ହେବାର ଜଣାଯାଇଛି। ଏ ବର୍ଷ ଶୈବପୀଠଗୁଡିକରେ ପ୍ରବଳ ଭିଡ ହେବାର ସମ୍ଭାବନା ରହିଥ‌ିବାରୁ ଶ୍ରଦ୍ଧାଳୁ କିପରି ଶାନ୍ତି ଶୃଙ୍ଖଳାର ସହ ମହାଦେବଙ୍କ ଦର୍ଶନ କରିବେ ଏବଂ ଯଥା ରୀତିନୀତି ପ୍ରକାରେ ପୂଜାର୍ଚ୍ଚନା ସହ ଠିକ୍ ସମୟରେ ଯେପରି ମହାଦୀପ ଉଠିବ ସେନେଇ ଯୋଜନା ପ୍ରସ୍ତୁତ ହୋଇଛି। ଏଥିସହ ମନ୍ଦିରଗୁଡିକର ସୌନ୍ଦର୍ଯ୍ୟକରଣ ପାଇଁ ରଙ୍ଗମରା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ଶ୍ରଦ୍ଧାଳୁମାନେ ଜାଗର ପର୍ବ ପାଳନ ପାଇଁ ଉତ୍କଣ୍ଠାର ସହ ଅପେକ୍ଷା କରିଥିବା ଜଣାଯାଇଛି।
Article Image
6