ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

କାଶୀପୁର ବ୍ଲକ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ l

ରାୟଗଡ଼ା / କାଶୀପୁର, 16/02/2026, ଉତ୍କଳ voice news - utkalvoicenews.com*( ରାୟଗଡ଼ା ରୁ ପ୍ରଫୁଲ୍ଲ କୁମାର ବେହେରା ଙ୍କ ରିପୋର୍ଟ ) :*
Article Image
ଆଜି ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଶ୍ରୀ ନିହାର ରଞ୍ଜନ କଁହରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ,ଜିଲ୍ଲା ପରିଷଦ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ,ସମିତି ଅଧ୍ୟକ୍ଷ, କଣ୍ଠମାଝି, ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l ଆଜି ମୋଟ ୧୫୩ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୭୫ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ
Article Image
୭୮ ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଅଭିଯୋଗ ଶିବିରରେ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।
5