ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ରାଜ୍ୟ ସରକାରଙ୍କ ଚାଷୀ ମାରଣା ନିତୀ ଓ ଆଇନୀ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ପ୍ରତିବାଦ ରେ ଜଗତସିଂହପୁର ଜିଲ୍ଲାରେ ବିଜୁ ଜନତା ଦଳ ପକ୍ଷରୁ ଶୋଭାଯାତ୍ରା ଓ ବିକ୍ଷୋଭ

ଜଗତସିଂହପୁର, 21/02/2026, ଉତ୍କଳ voice news - utkalvoicenews.com( ଜଗତସିଂହପୁର ରୁ ରୀତା ସାହୁ ଙ୍କ ରିପୋର୍ଟ ) :
Article Image
ରାଜ୍ୟ ସରକାରଙ୍କ ଚାଷୀ ମାରଣା ନିତୀ ଓ ଆଇନୀ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ପ୍ରତିବାଦ ରେ ଜଗତସିଂହପୁର ଜିଲ୍ଲାରେ ବିଜୁ ଜନତା ଦଳ ପକ୍ଷରୁ ଏକ ବିରାଟ ଶୋଭାଯାତ୍ରା ସ୍ଥାନୀୟ କଲେଜ ଛକ ନିକଟରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ବାହାରିଛନ୍ତି । ଏହି ଶୋଭାଯାତ୍ରାରେ ବିଜେଡି ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ବିଧାୟକ ସାରଦା ପ୍ରସନ୍ନ ଜେନା,ପୂର୍ବତନ ସାଂସଦ ଡଃ ରାଜଶ୍ରୀ ମାଲିକ, ବିଧାୟକ ରମାକାନ୍ତ ଭୋଇ, ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ, ବିଜେଡି ନେତା ବାପି ସର୍ଖେଲ, ପାରାଦ୍ୱୀପ ପୋୖରାଧକ୍ଷ ବସନ୍ତ କୁମାର ବିଶ୍ବାଳ ଙ୍କ ସହ ଶତାଧିକ ନେତା ଓ କର୍ମୀ ମାନେ ଏକତ୍ରିତ ହୋଇ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ନାରାବାଜି ଦେବା ସହିତ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି । ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ।
3