ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ମନ୍ତ୍ରୀଙ୍କ ଦ୍ବାରା ନୂତନ ଭତ୍ତା ବଣ୍ଟନ

ବୁଗୁଡ଼ା, 27/02/2026, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ଗଞ୍ଜାମ ଜିଲ୍ଲାର ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଭତ୍ତା ବଣ୍ଟନ ହୋଇଯାଇଛି। ସକାଳ ୧୦ ଘଣ୍ଟିକା ସମୟରେ ପରିଷଦ ପ୍ରାଙ୍ଗଣରେ ଅନୁଷ୍ଠିତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ଯମ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ନୂତନ ଭାବେ ୩୫ ଜଣ ବାଦ୍ଧକ୍ୟ, ବିକଳାଙ୍ଗ ଓ ବିଧବା ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବୁଗୁଡା ଏନଏସି ନଗରପାଳ ଚିତ୍ରସେନ ପ୍ରଧାନ ଅଧ୍ଯକ୍ଷତା କରିଥିବା ବେଳେ କାର୍ଯ୍ୟନିର୍ବାହୀ ଅଧୂକାରୀ ବିଭୁତି ଭୂଷଣ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସମେତ ସମସ୍ତ କାଉନସିଲର, ହିତାଧୂକାରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ ।
Article Image
3