ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଗୋଲାମୁଣ୍ଡୁଳା ସ୍କୁଲରେ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ବୁଗୁଡ଼ା, 06/02/2025, ଉତ୍କଳ voice news - utkalvoicenews.com (ସୋରେନ କୁମାର ପ୍ରଧାନ) : ସ୍ଥାନୀୟ ଗୋଲାମୁଣ୍ଡୁଳା ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଏନ୍ଏସି ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟର ୧ମ, ୨ୟ ଓ ୩ୟ ଶ୍ରେଣୀରେ ଅଧ୍ୟୟନରତ ଅନେକ ଛାତ୍ରଛାତ୍ରୀଙ୍କ ସମେତ ଅଭିଭାବକମାନେ ଉପସ୍ଥିତ ରହିଥିଲେ।
Article Image
ଏହି ମେଳାରେ ଗାଇଡ୍ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ତତ୍ତ୍ବାବଧାନରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା। ପ୍ରଧାନ ଶିକ୍ଷକ ସତ୍ଯ ନାରାୟଣ ବେହେରାଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏନ୍ଏସି ଉପାଧ୍ୟକ୍ଷା ଗିତାଞ୍ଜଳୀ ପାଢୀ , ମୁଖ୍ୟ ବକ୍ତା ଭାବେ ଏବିଇଓ ତପସ୍ବିନୀ ସାହୁ , ସମ୍ମାନିତ ଅତିଥି ଭାବେ ସିଆରସିସି ସୁନିତା ପାଣିଗ୍ରାହୀ, ପ୍ରାକ୍ତନ କାଉନସିଲର ସୁଧାଂଶୁ ଶେଖର ପାଢୀ, ଏସ୍ଏମସି ସଭାପତି କବିରାଜ ଗୌଡ, ଅବସରପ୍ରାପ୍ତା ପ୍ରଧାନ ଶିକ୍ଷୟିତ୍ରୀ ସଞ୍ଜୁକ୍ତା ଦଳେଇ, ସନ୍ତୋଷ କୁମାର ମହାରଣା ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ କରିଥିଲେ। ଏ ଅବସରରେ ଏହି ମେଳାରେ ଅଂଶ ଗ୍ରହଣ କରିଥିବା ବିଦ୍ୟାଳୟ ଗୁଡିକର ଗାଇଡ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ପ୍ରମାଣ ପତ୍ର ବଣ୍ଟନ ଏବଂ ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ପ୍ରଦାନ ସହ ପୁରସ୍କୃତ କରାଯାଇଥିଲା। ଏନ୍ଏସି କ୍ଲଷ୍ଟର ସିଆରସିସି କିରଣ ବାଳା ତ୍ରିପାଠୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ପରିଶେଷରେ ଶିକ୍ଷୟିତ୍ରୀ ମଧୁସ୍ମିତା ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।
Article Image
Article Image
1