ରଘୁନାଥପୁର, 01/04/2026, ଉତ୍କଳ voice news - utkalvoicenews.com( ଜଗତସିଂହପୁର ରୁ ରୀତା ସାହୁ ଙ୍କ ରିପୋର୍ଟ ) :
ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଠାରେ ପ୍ରାଣୀ ଚିକିତ୍ସା କାର୍ଯ୍ୟାଳୟ ଉଦ୍ଘାଟିତ ହୋଇ ଯାଇଛି । ମୁଖ୍ୟ ଅତିଥି ଭାବରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ସାଂସଦ ବିଭୁପ୍ରସାଦ ତରାଇ, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ, ଜିଲ୍ଲାପାଳ ଜେ ସୋନାଲ ପ୍ରମୁଖ ଯୋଗଦେଇ ଅଢେ଼ଇ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା କାର୍ଯ୍ୟାଳୟ କୁ ଉଦଘାଟନ କରିଥିଲେ । ଏହା ଦ୍ୱାରା ଶତାଧିକ ଚାଷୀ ଉପକୃତ ହୋଇପାରିବେ ବୋଲି ମନ୍ତ୍ରୀ କହିଛନ୍ତି ।