ଜଗତସିଂହପୁର, 01/04/2026, ଉତ୍କଳ voice news - utkalvoicenews.com( ଜଗତସିଂହପୁର ରୁ ରୀତା ସାହୁ ଙ୍କ ରିପୋର୍ଟ ) :
ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ଓଡିଶା ଦିବସ ସମାରୋହ-୨୦୨୬ ପାଳିତ ହେବା ସହିତ ଜଗତସିଂହପୁର ଜିଲ୍ଲା ମହୋତ୍ସବ କଲ୍ଲୋଳ-୨୦୨୬ ଉଦ୍ଘାଟିତ ହୋଇଯାଇଛି ।ବଜିଲ୍ଲାପାଳ ଜେ ସୋନାଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉଦ୍ଘାଟନୀ ଉତ୍ସବରେ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, ସାଂସଦ ବିଭୁ ପ୍ରସାଦ ତରାଇ, ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ,
ବାଲିକୁଦା-ଏରସମା ବିଧାୟକ ସାରଦା ଜେନା ପ୍ରମୁଖ ଯୋଗ ଦେଇ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ପୂର୍ବସୁରି ମାନଙ୍କର ସ୍ମୃତି ଚାରଣ କରିବା ସହିତ ଜଗତସିଂହପୁର ଜିଲ୍ଲାର ବରଦାନ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ ଜିଲ୍ଲା ଓ ଜିଲ୍ଲା ବାହାର ସାଂସ୍କୃତିକ ଅନୁଷ୍ଠାନ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।