ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ପିପୁଲ୍ସ କଲେଜ ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଶେଷ ବର୍ଷ ଛାତ୍ରଛାତ୍ରୀମାନଙ୍କର ବିଦାୟ ସମ୍ବର୍ଦ୍ଧନା

ବୁଗୁଡ଼ା, 18/04/2026, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ):
Article Image
ସ୍ଥାନୀୟ ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ବିଦାୟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜ ଉପାଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ବିଭାଗୀୟ ମୁଖ୍ୟ ଅକ୍ଷୟ କୁମାର ସାହୁ, ଅଧ୍ୟାପକ ବିନୋଦ କୁମାର କର, ଲୋକନାଥ ବେହେରା ଓ ପବିତ୍ର ଖଣ୍ଡୁଆଳ, ଡ.ପ୍ରଦୀପ କୁମାର ଦାଶ, ଅଧ୍ୟାପକ ଦିନେଶ ଚୌଧୁରୀ, କ୍ରୀଡା ଶିକ୍ଷକ କ୍ରିଷ୍ଣା ରାଓ ପାତ୍ର ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ ସାଙ୍ଗକୁ ବିଦାୟୀ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ବଳମୟ ଭବିଷ୍ୟତ କାମନା କରିଥିଲେ। ଏ ଅବସରରେ ଶେଷ ବର୍ଷର ବିଦାୟୀ ଛାତ୍ରଛାତ୍ରୀମାନେ ସେମାନଙ୍କର ଅଧ୍ଯୟନ କାଳର ସ୍ମୃତି ଓ ଅନୁଭୂତିକୁ ବ୍ଯକ୍ତ କରିଥିଲେ ଏବଂ ସେମାନଙ୍କୁ ବିଭାଗ ପକ୍ଷରୁ ଉପହାର ପ୍ରଦାନ କରିଯାଇଥିଲା । ପରିଶେଷରେ ଛାତ୍ରୀ ଶ୍ରଦ୍ଧାଞ୍ଜଳି ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।
Article Image
9