ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

କୋଲନରା ବ୍ଲକ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ଼ା, 20/04/2026, ଉତ୍କଳ voice news - utkalvoicenews.com*( ରାୟଗଡ଼ା ରୁ ପ୍ରଫୁଲ୍ଲ କୁମାର ବେହେରା ଙ୍କ ରିପୋର୍ଟ ) :*
Article Image
ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ କଲନାରା ବ୍ଲକ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଗୋସନାର ବର୍ଲା , ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ବି ସରୋଜିନୀ ଦେବି, ଜିଲ୍ଲା ଶିକ୍ଷା ଅଧିକାରୀ ଭଜନଲାଲ ମାଝୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ଆଜି ମୋଟ ୧୦ ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୩ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୭ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଅଭିଯୋଗ ଶିବିରରେ ବିଶେଷକରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା ।ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶୁଣାଣି ଶିବିରରେ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ସମାଧାନ କରିଥିଲେ। ଶିବିରରେ କୋଲନରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ ରୀନା ପ୍ରଧାନ, ତହସିଲଦାର ଭବାନୀ ଶଙ୍କର ମିଶ୍ର, ସହକାରୀ ଜିଲ୍ଲାପାଳ ଶିବ ପ୍ରସାଦ ସାହୁ ପ୍ରମୁଖ ଅଭିଯୋଗ ଶୁଣାଣି ରେ ସହଯୋଗ କରିଥିଲେ।
16