ବାଲେଶ୍ୱର, 22/04/2026, ଉତ୍କଳ voice news - utkalvoicenews.com
ବାଲେଶ୍ୱର ଅବକାରୀ ଅଧିକ୍ଷକ ଶ୍ରୀ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ସୋର ଆଦର୍ଶ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସୋର ଥାନା ଅନ୍ତର୍ଗତ ସବିରା, ବର୍ତ୍ତନା ଓ ମୁଳୀସିଙ୍ଗ ଗ୍ରାମରେ ଚଢ଼ାଉ କରାଯାଇ ୯୫ ଲିଟର ଦେଶୀ ରନ୍ଧା ମଦ ଜବତ କରାଯିବା ସହିତ ସବିରା ଗ୍ରାମର ଲମ୍ବୋଦର ସାହୁ , ବର୍ତ୍ତନା ଗ୍ରାମର ରତିକାନ୍ତ ରଣା ଓ ମୁଳୀସିଙ୍ଗ ଗ୍ରାମର ସୁକାନ୍ତି ସିଂ ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l ଜବତ ମଦର ଆନୁମାନିକ ମୂଲ୍ୟ ୩୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ସୋର ଆଦର୍ଶ ଅବକାରୀ ଥାନା ସହ ଉପ-ନିରୀକ୍ଷକ ବସନ୍ତ କୁମାର ବାରିକ ଓ କ୍ଷୀରୋଦ କୁମାର ସାହୁ କନେଷ୍ଟବଳ ମିନତୀ ପରିଡ଼ା ପ୍ରଭୃତି ସାମିଲ ଥିଲେ । ଏନେଇ ସୋର ଆଦର୍ଶ ଅବକାରୀ ଥାନା ପକ୍ଷରୁ ୦୩ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।