ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଜଗତସିଂହପୁର ଠାରେ ଜିଲ୍ଲା ସ୍ତରୀୟ ଶ୍ରମିକ ଦିବସ ପାଳନ

ଜଗତସିଂହପୁର, 01/05/2026, ଉତ୍କଳ voice news - utkalvoicenews.com( ଜଗତସିଂହପୁର ରୁ ରୀତା ସାହୁ ଙ୍କ ରିପୋର୍ଟ ) :
Article Image
ଜଗତସିଂହପୁର ସ୍ଥିତ ଆଦିକବି ଶାରଳା ଦାସ ସଂସ୍କୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ସମାରୋହ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା ଶ୍ରମ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ସମାରୋହରେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, ସାଂସଦ ବିଭୁପ୍ରସାଦ ତରାଇ, ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ଜିଲ୍ଲାପାଳ ଜେ ସୋନାଲ, ଶ୍ରମ ବିଭାଗ କମିଶନର୍ ବାବା ଆନନ୍ଦ କୁମାର ଦାସ, ଜିଲ୍ଲା ଶ୍ରମ ଅଧିକାରୀ ସ୍ମୃତି ରେଖା ନାୟକ ପ୍ରମୁଖ ଯୋଗ ଦେଇ ଶ୍ରମିକ ମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିବା ସହିତ ରାଜ୍ୟ ସରକାରଙ୍କ ଯୋଜନା କିପରି ଶ୍ରମିକ ମାନଙ୍କ ନିକଟରେ ପହଁଚିବ ସେ ବାବଦରେ ଆଲୋଚନା କରିଥିଲେ । ପରେ ଜିଲ୍ଲାର ବିଭିନ୍ନ ବ୍ଳକର୍ ଶ୍ରମିକ ମାନଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଅର୍ଥ ରାଶି ପ୍ରଦାନ କରାଯାଇଥିଲା ।
Article Image
Article Image
Article Image
5