ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଦେଶୀ ମଦ ସହିତ ସ୍କୁଟି ଜବତ, ଜଣେ ଗିରଫ ।

ବାଲେଶ୍ୱର, 08/05/2026, ଉତ୍କଳ voice news - utkalvoicenews.com
Article Image
ବାଲେଶ୍ୱର ଅବକାରୀ ଅଧିକ୍ଷକ ଶ୍ରୀ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ଖଇରା ଥାନା ଅନ୍ତର୍ଗତ ସିଙ୍ଗିଡ଼ି ଛକ ନିକଟରେ ଚଢ଼ାଉ କରାଯାଇ ୧୨୦ ଲିଟର ଦେଶୀ ରନ୍ଧା ମଦ ଓ ଗୋଟିଏ ସ୍କୁଟି ଜବତ କରାଯିବା ସହିତ ତାଳମହୁରୀ ଗ୍ରାମର ମହେନ୍ଦ୍ର ବେହେରା ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଜବତ ହୋଇଥିବା ମଦ ଓ ସ୍କୁଟିର ଆନୁମାନିକ ମୂଲ୍ୟ ୦୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଖଇରା ଅବକାରୀ ଥାନା ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ ପ୍ରଭୃତି ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୦୧ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।
16