ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ମା’ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୯ମ ବାର୍ଷିକୋତ୍ସବ

ବୁଗୁଡା, 13/02/2025, ଉତ୍କଳ voice news - utkalvoicenews.com (ସୋରେନ କୁମାର ପ୍ରଧାନ) :
Article Image
ବୁଗୁଡ଼ା ବ୍ଲକ ବାଲିପଦର ଗ୍ରାମସ୍ଥ ମା’ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି । ଶିଶୁ ମନ୍ଦିର ସଭାନେତ୍ରୀ ପୁଷ୍ପାଞ୍ଜଳି ବାଡତ୍ୟାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ଯ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ , ସମ୍ମାନିତ ଅତିଥି ଭାବେ ଲକ୍ଷ୍ମୀ ପ୍ରସାଦ ନାୟକ, ବାଲିପଦର ସରପଞ୍ଚ ରାଜଲକ୍ଷ୍ମୀ ପ୍ରଧାନ, ଅବସରପ୍ରାପ୍ତ ଅଧ୍ୟକ୍ଷ ବି.ପ୍ରକାଶ ଚନ୍ଦ୍ର ପାତ୍ର, ସମାଜସେବୀ କେ.କାହ୍ନୁ ଆଚାରୀ, ଖଲି ପରିଡା, ପୂର୍ଣ୍ଣଚନ୍ଦ୍ର ଜେନା, ଜୟନ୍ତୀ ପଢିଆରୀ, କେ.ନୀଳମାଧବ ଆଚାରୀ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ । ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଉକ୍ତ ଉତ୍ସବରେ ପ୍ରଧାନ ଆଚାର୍ଯ୍ଯା ଗଙ୍ଗୋତ୍ରୀ ବେହେରା ବାର୍ଷିକ ବିବରଣୀ ପଠନ, ଗୁରୁମା ମମତା କୁମାରୀ ପରିଡା ଅତିଥି ପରିଚୟ ପ୍ରଦାନ ଏବଂ ସମ୍ପାଦକ ସିମାଞ୍ଚଳ ବାଡତ୍ୟା ଧନ୍ୟବାଦ ଅର୍ପଣ କରିଥିଲେ ।
1