ଜଗତସିଂହପୁର, 26/05/2026, ଉତ୍କଳ voice news - utkalvoicenews.com( ଜଗତସିଂହପୁର ରୁ ରୀତା ସାହୁ ଙ୍କ ରିପୋର୍ଟ ) :
ଜଗତସିଂହପୁର ସହର ସ୍ଥିତ ସ୍କଲାର ଇଂରାଜୀ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି ।ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ବିଧାୟକ ଅମରେନ୍ଦ୍ର ଦାସଙ୍କ ସହ ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକ , ସ୍କୁଲର ଅଧ୍ୟକ୍ଷ ମାନସ କାନୁନଗୋ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ମାନେ ଯୋଗଦେଇ ଶିକ୍ଷା ର୍ ବିକାଶ ଉପରେ ଆଲୋକପାତ କରିଥିଲେ । ପରେ ଅତିଥି ମାନଙ୍କ ଦ୍ୱାରା କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯିବା ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।