ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଆଇଆରପିଏମ ବିଭାଗ ପକ୍ଷରୁ ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ବୁଗୁଡ଼ା, 03/06/2026, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ):
Article Image
ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ପିପୁଲ୍ସ କଲେଜର ଆଇଆରପିଏମ୍ ବିଭାଗର +୩ ର ପ୍ରଥମ ଓ ଦ୍ବିତୀୟ ବର୍ଷର ଛାତ୍ରଛାତ୍ରୀମାନେ ତୃତୀୟ ତଥା ଶେଷ ବର୍ଷର ଛାତ୍ରଛାତ୍ରୀ ବୃନ୍ଦଙ୍କୁ କଲେଜ ପରିସରରେ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି। ଏହି ବିଦାୟ ସମ୍ବର୍ଦ୍ଧନା ସଭାରେ କଲେଜର ଉପାଧ୍ୟକ୍ଷ ହରିକୃଷ୍ଣ ନାୟକ ଅଧ୍ଯକ୍ଷତା କରିଥିବା ବେଳେ ଆଇକିୟୁଏସି ସଂଯୋଜକ ସୁଶାନ୍ତ କୁମାର ସାହୁ ଅତିଥି ଭାବେ ଯୋଗଦେଇଥିଲେ। ଆଇଆରପିଏମ ବିଭାଗ ମୁଖ୍ୟ ଅଧ୍ୟାପକ ଦିଲ୍ଲୀପ କୁମାର ସେଠୀଙ୍କ ତତ୍ତ୍ବାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀ ସୋନାଲି ମହାରଣା ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନେ ସେମାନଙ୍କ ତିନି ବର୍ଷର ଅଭିଜ୍ଞତା ପ୍ରକାଶ କରିଥିଲେ। ଅତିଥିମାନେ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କ ଉତ୍ତମ ଭବିଷ୍ୟତ ପାଇଁ କାମନା କରିବା ସହ ଉପାଦେୟ ପରାମର୍ଶ ଦେଇଥିଲେ। ଏହି ଅବସରରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ଆଇଆରପିମ ବିଭାଗର ପରୀକ୍ଷାରେ ପ୍ରଥମ ସ୍ଥାନରେ ପୂଜାରାଣୀ ପ୍ରଧାନ, ଦ୍ଵିତୀୟ ସ୍ଥାନରେ ମନୀଷା ଗୌଡ଼ ଓ ଦଶମ ସ୍ଥାନରେ ସୋନାଲି ମହାରଣା ତିନିଜଣ ଛାତ୍ରୀ ପ୍ରଥମ ଦଶ ଜଣଙ୍କ ମଧ୍ୟରେ ରହି କଲେଜ ଓ ବିଭାଗ ପାଇଁ ଗୌରବ ଆଣିଥିବା ଯୋଗୁଁ ତିନି ଜଣଙ୍କୁ ବିଭାଗ ପକ୍ଷରୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା।
4