ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ

ବୁଗୁଡ଼ା, 07/06/2026, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ):
Article Image
ଶିକ୍ଷା କ୍ଷେତ୍ରର ବିକାଶ ଓ ଛାତ୍ରଛାତ୍ରୀଙ୍କୁ ଉନ୍ନତ ଶିକ୍ଷା ପରିବେଶ ପ୍ରଦାନ ଲକ୍ଷ୍ୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ନୂତନ ଭବନ ପାଇଁ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଆଜି ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଳକ ପୋଚାଲୁଣ୍ଡି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିଷ୍ଣୁଚକ୍ର ଗ୍ରାମସ୍ଥ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ " ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ" ର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଆଭାସୀ ମାଧ୍ୟମରେ ଉଦଘାଟିତ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ସରପଞ୍ଚ ଶ୍ରୀମତୀ ସୁଜାତା କୁମାରୀ ପ୍ରଧାନ, ବିଡ଼ିଓ ଦୁତିକୃଷ୍ଣ ପାତ୍ର, ବିଇଓ ଚିନ୍ମୟ ମହାପାତ୍ର ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି,ଜନସାଧାରଣ ଯୋଗଦାନ କରି କାର୍ଯ୍ୟକ୍ରମକୁ ସାଫଲ୍ୟ କରିଛନ୍ତି।
Article Image
5