ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଜଗତସିଂହପୁର ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ

ଜଗତସିଂହପୁର, 21/06/2026, ଉତ୍କଳ voice news - utkalvoicenews.com( ଜଗତସିଂହପୁର ରୁ ରୀତା ସାହୁ ଙ୍କ ରିପୋର୍ଟ ) :
Article Image
ଜଗତସିଂହପୁର ସ୍ଥିତ ସ୍ଥାନୀୟ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି । ଏହି ଅବସରରେ ଆୟୋଜିତ ଯୋଗ ଶିବିରରେ ଜଗତସିଂହପୁର ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, କ୍ରୀଡା ଅଧିକାରୀ ବିଶ୍ୱ ବିଜୟିନୀ ପଟ୍ଟନାୟକ ଙ୍କ ସହ ଯୋଗ ଗୁରୁ, ବୁଦ୍ଧିଜୀବୀ, ସ୍କୁଲ କଲେଜର ଛାତ୍ରଛାତ୍ରୀ ଓ ବହୁ ବିଶିଷ୍ଟ ବ୍ୟକ୍ତି ମାନେ ଯୋଗ ଦେଇ ଏହି ଯୋଗ ଶିବିରରେ ଅଂଶ ଗ୍ରହଣ କରିଥିଲେ । ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ନିୟମିତ ଯୋଗ କରିବା ଆବଶ୍ୟକତା ରହିଛି । ଯୋଗ କରିବା ଦ୍ୱାରା ଶରୀର ସୁସ୍ଥ ନିରୋଗ ରହିବା ସହିତ ଓ ମନକୁ ଏକାଗ୍ରତା ରଖିପାରେ ବୋଲି ଅତିଥି ମତବ୍ୟକ୍ତ କରିଥିଲେ । ଯୋଗ ଦ୍ୱାରା ଶାରୀରିକ, ମାନସିକ ଓ ଆଧ୍ୟାତ୍ମିକ ସୁସ୍ଥତାର ବାର୍ତ୍ତା ନେଇ ପ୍ରତିବର୍ଷ ଜୁନ୍ ୨୧ ତାରିଖରେ ପାଳିତ ହେଉଥିବା ଏହି ଦିବସ ଏବେ ଏକ ବିଶ୍ୱ ଆନ୍ଦୋଳନର ରୂପ ନେଇଛି। ଆନ୍ତର୍ଜାତୀୟ ଯୋଗ ଦିବସ କେବଳ ଏକ ଦିବସର ପାଳନ ନୁହେଁ, ବରଂ ସୁସ୍ଥ ଓ ସନ୍ତୁଳିତ ଜୀବନଶୈଳୀ ପ୍ରତି ଏକ ବିଶ୍ୱବ୍ୟାପୀ ଆହ୍ୱାନ। "ଯୋଗ କରନ୍ତୁ, ସୁସ୍ଥ ରୁହନ୍ତୁ" ବାର୍ତ୍ତା ସହ ଏହି ଦିବସ ପ୍ରତ୍ୟେକ ମଣିଷକୁ ଏକ ଉନ୍ନତ ଜୀବନ ଦିଗରେ ପ୍ରେରିତ କରୁଛି।
Article Image
Article Image
12