ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଧର୍ମପରାୟଣ ବ୍ୟକ୍ତିଙ୍କ ପରଲୋକ

ଏରସମା, 25/06/2026, ଉତ୍କଳ voice news - utkalvoicenews.com( ଏରସମା ରୁ ଅଂଶୁମାନ ମିଶ୍ର ଙ୍କ ରିପୋର୍ଟ ) :
Article Image
ବାଲିକୁଦା ବ୍ଲକ ଅଳାଭର ପଞ୍ଚାୟତର ମଧ୍ୟ ଅଲିକଣା ଗ୍ରାମର କୈଳାସ ଚନ୍ଦ୍ର ସ୍ୱାଇଁଙ୍କର ୭୫ ବର୍ଷ ବୟସରେ ହୃଦଘାତରେ ପରଲୋକ ହୋଇଯାଇଛି । ସେ ଜଣେ ସରଳ, ପରୋପକାରୀ, ମେଳାପୀ ଓ ମିଷ୍ଟଭାଷୀ ଭାବରେ ସମଗ୍ର ଅଞ୍ଚଳରେ ବେଶ ପରିଚିତ ଥିଲେ । ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ମାତ୍ରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଥିଲା । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପରିବାର ସହୋଦର, ଆତ୍ମୀୟସ୍ୱଜନ, ଜ୍ଞାତି କୁଟୁମ୍ବ ମାନେ ଉପସ୍ଥିତ ରହି ଶେଷ ଦର୍ଶନ କରିଥିଲେ । ତାଙ୍କ ମରଶରୀରକୁ ଶୋଭାଯାତ୍ରାରେ ନିଆଯାଇ ଗ୍ରାମ୍ୟ ପରିକ୍ରମା କରି ଗ୍ରାମ୍ୟ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା । ଏକମାତ୍ର ପୁତ୍ର ରମାକାନ୍ତ ସ୍ୱାଇଁ ମୁଖାଗ୍ନି ଦେଇଥିଲେ । ତାଙ୍କ ମୃତ୍ୟୁ ଖବର ପାଇବା ପରେ ବହୁ ମାନ୍ୟଗଣ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ଓ ସଦଗତି କାମନା କରିଥିଲେ ।
9