ଜଗତସିଂହପୁର, 29/06/2026, ଉତ୍କଳ voice news - utkalvoicenews.com( ଅଂଶୁମାନ ମିଶ୍ର ଙ୍କ ରିପୋର୍ଟ ) :

ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଉପରିସ୍ଥ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୮୧ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୦ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୧ ଟି। ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୫ ଟି, ଆବାସ ସମ୍ପର୍କୀୟ ୧୨ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୧୭ ଟି, ପୋଲିସ ସହାୟତା ପାଇବା ପାଇଁ ୧ ଟି, ଭତ୍ତା ପାଇବା ପାଇଁ ୫ ଟି ଏବଂ ଅନ୍ୟାନ୍ୟ ୧୮ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୨ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ଏରସମା ବିଡ଼ିଓ ଦାଶରଥି ଜେନା, ତହସିଲଦାର ସ୍ନିଗ୍ଧା ଶ୍ରଦ୍ଧାଞ୍ଜଳି ବେହେରା, ତିର୍ତ୍ତୋଲ ଏସ ଡି ପି ଓ ଅଜୟ କୁମାର ଦାସ , ଜଳଯୋଗାଣ ଏକ୍ୟୁଟ୍ ଇଂ ଜ୍ୟୋତି ରଞ୍ଜନ ଦାଶ,କନିଷ୍ଠ ଯନ୍ତ୍ରୀ ୧,ପ୍ରମୋଦ କୁମାର ପରିଡ଼ା, କନିଷ୍ଠ ଯନ୍ତ୍ରୀ ୨,ତନ୍ମୟ କୁମାର ଦାସଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।