ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ରାଧାରମଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ

ଯାଜପୁର, 09/07/2026, ଉତ୍କଳ voice news - utkalvoicenews.com( ଉମାକାନ୍ତ ବେହେରା ଙ୍କ ରିପୋର୍ଟ ) :
Article Image
ଛତିଆ ରାଧାରମଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ନବାଗତ ଛାତ୍ରଛାତ୍ରୀଙ୍କ ପାଇଁ "ଫ୍ରେସର୍ ୱେଲକମ୍ ସେରିମୋନି" ଭବ୍ୟ ଆୟୋଜନ କରାଯାଇଥିଲା। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ, ସଙ୍ଗୀତ, ନୃତ୍ୟ, ସ୍ୱାଗତ ସମ୍ଭାଷଣ ଏବଂ ପ୍ରେରଣାଦାୟକ ବକ୍ତବ୍ୟ ମାଧ୍ୟମରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ନେହପୂର୍ଣ୍ଣ ଭାବେ ସ୍ୱାଗତ କରାଯାଇଥିଲା। ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷ ଇଞ୍ଜିନିୟର ରମାକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଚ୍ଚ ଶିକ୍ଷା, ଶୃଙ୍ଖଳା, ନୈତିକ ମୂଲ୍ୟବୋଧ ଏବଂ ଜୀବନରେ ସଫଳତା ହାସଲ କରିବା ପାଇଁ ନିଷ୍ଠାର ସହ ପରିଶ୍ରମ କରିବାକୁ ଆହ୍ୱାନ ଜଣାଇଥିଲେ। ବିଦ୍ୟାଳୟର ସମ୍ପାଦକ ଶ୍ରୀ ସୁଶାନ୍ତ କୁମାର ଜେନା ନିଜ ବକ୍ତବ୍ୟରେ ସଂସ୍ଥାର ଶିକ୍ଷାଗତ ଉନ୍ନତି, ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀଣ ବିକାଶ ଏବଂ ଗୁଣାତ୍ମକ ଶିକ୍ଷା ପ୍ରଦାନ ଦିଗରେ ବିଦ୍ୟାଳୟର ପ୍ରତିବଦ୍ଧତା ବିଷୟରେ ଆଲୋକପାତ କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ (ପ୍ରିନ୍ସିପାଲ୍) ଶ୍ରୀ ବବ୍ରୁବାହନ ସାହୁ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରି ସଂସ୍ଥାର ଶିକ୍ଷା ପଦ୍ଧତି, ନିୟମାବଳୀ, ଶୃଙ୍ଖଳା ଏବଂ ଭବିଷ୍ୟତ କାର୍ଯ୍ୟଯୋଜନା ସମ୍ପର୍କରେ ସବିଶେଷ ସୂଚନା ପ୍ରଦାନ କରିଥିଲେ। ପରେ ଛାତ୍ରଛାତ୍ରୀମାନେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ଉପସ୍ଥିତ ସମସ୍ତଙ୍କ ମନୋରଞ୍ଜନ କରିଥିଲେ। ସମଗ୍ର କାର୍ଯ୍ୟକ୍ରମଟି ଉତ୍ସାହ, ଆନନ୍ଦ ଏବଂ ଭାଇଚାରାର ପରିବେଶରେ ସଫଳତାର ସହ ସମାପ୍ତ ହୋଇଥିଲା। ଶେଷରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ସହଯୋଗରେ କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପନ୍ନ ହୋଇଥିବାବେଳେ ଆଗାମୀ ଦିନରେ ରାଧାରମଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶିକ୍ଷା, ସଂସ୍କୃତି ଓ ଚରିତ୍ର ଗଠନ କ୍ଷେତ୍ରରେ ଅଧିକ ସଫଳତା ହାସଲ କରିବ ବୋଲି ଆଶା ପ୍ରକାଶ କରାଯାଇଥିଲା।
6