ବୁଗୁଡ଼ା, 12/07/2026, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ):
ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେମହିଳା ଚାଷୀଙ୍କ ମୃତ୍ୟୁ ଘଟିଥିବା ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ସୂଚନା ଅନୁଯାୟୀ,ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ା ଗ୍ରାମର କାନ୍ତା ପ୍ରଧାନ ବୟସ ୫୦ ବର୍ଷ ।ସେ ନିଜ ଜମିକୁ ଯାଇଥିବା ସମୟରେ ଅସାବଧାନତାବଶତଃ ବାଘୁଆ ବଞ୍ଜର ନିକଟରେ ବନ୍ୟ ଜନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ଫାଶରେ ଲାଗି ମୃତ୍ୟୁବରଣ କରିଛନ୍ତି।ମୃତ ଚାଷୀଙ୍କ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ପରିବାର ଉପରେ ଦୁଃଖର ପାହାଡ଼ ଭାଙ୍ଗି ପଡ଼ିଛି। ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିବା ବେଳେ ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ ସରକାରୀ ସହାୟତା ଏବଂ କ୍ଷତିପୂରଣ ପ୍ରଦାନ କରିବାକୁ ଦାବି କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ସେଠାରୁ ଫାଶ ପାଇଁ ବ୍ୟବହୃତ ଜିଆଇ ତାର ଜବତ କରିଥିବା ବେଳେ ବେଳେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।