ଯାଜପୁର, 16/07/2026, ଉତ୍କଳ voice news - utkalvoicenews.com ( ଉମାକାନ୍ତ ବେହେରା ଙ୍କ ରିପୋର୍ଟ ) :
ବଡ଼ଚଣା ଶିକ୍ଷା ମଣ୍ଡଳ ଅଧୀନ ସମସ୍ତ ବର୍ଗର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ ଆଜି ବଡ଼ଚଣା ବ୍ଲକ୍ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ବଡ଼ଚଣାର ବିଧାୟକ ଅମର କୁମାର ନାୟକ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କ ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ଉପସ୍ଥିତ ଥିବା ପ୍ରଧାନ ଶିକ୍ଷକମାନଙ୍କୁ ନିଷ୍ଠାର ସହ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ଦୈନନ୍ଦିନ ଅଧିକ ଉପସ୍ଥାନ ପାଇଁ ବିଦ୍ୟାଳୟରେ ଅଭିଭାବକ ବିଶେଷକରି ମା ମାନଙ୍କୁ ସାମିଲି କରିବାକୁ ବିଧାୟକ ଶ୍ରୀ ନାୟକ ଗୁରୁତ୍ୱ ଦେଇଥିଲେ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷାଧିକାରୀ ମହେଶ୍ୱର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମ୍ମାନୀତ ଅତିଥି ଭାବେ ମଣ୍ଡଳ ଉନ୍ନୟନ ଅଧିକାରୀ ରବୀନ୍ଦ୍ର କୁମାର ପ୍ରଧାନ,ବ୍ଲକ ଶିକ୍ଷାଧିକାରୀ ଅଭୟ କୁମାର ବେହେରା, ପଞ୍ଚାୟତ ସମିତି ଅଧ୍ୟକ୍ଷl ମିନତୀ ସେନାପତି, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗଣେଶ୍ଵର ବରାଳ,ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ସବିତା ସାହୁ,ବ୍ଲକ ଉପାଧ୍ୟକ୍ଷ ବିଭାସ ଚନ୍ଦ୍ର ନନ୍ଦ, ଜିଲ୍ଲା ପରିଷଦ ସଭ୍ୟ ଅରବିନ୍ଦ ସାମଲ,ଆଲୋକ ବନ୍ଧଙ୍କ ସମେତ ଜିଲ୍ଲା ସର୍ବଶିକ୍ଷା ଅଭିଯାନର ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ବ୍ରଜ କିଶୋର ବିଶ୍ୱାଳ ସମସ୍ତ ଅତିଥିଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ବୈଠକରେ ପ୍ରଧାନ ଶିକ୍ଷକ ସ୍ମୃତିରଞ୍ଜନ ଆଚାର୍ଯ୍ୟ ଓ ଅନ୍ୟମାନଙ୍କ ମଧ୍ୟରେ ଶ୍ରଦ୍ଧାଞ୍ଜଳୀ ଦାଶ, ସୁବାସ ଚନ୍ଦ୍ର ମହାପାତ୍ର, ବିଶ୍ୱଜିତ କାନୁନଗୋ, ଗାୟତ୍ରୀ ନାୟକ, ହରପ୍ରିୟା ମହାରଣା, ଶୈଳେଶ ମିଶ୍ର, କାମିନୀ ବେହେରା ପ୍ରମୁଖ ସହଯୋଗ କରିଥିଲେ।