ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ସରବନ୍ତରେ ରଥଯାତ୍ରା ଅନୁଷ୍ଠିତ

ଏରସମା, 16/07/2026, ଉତ୍କଳ voice news - utkalvoicenews.com( ଏରସମା ରୁ ଅଂଶୁମାନ ମିଶ୍ର ଙ୍କ ରିପୋର୍ଟ ) :
Article Image
ଏରସମା ବ୍ଲକ ଗଡହରିଷପୁର ପଞ୍ଚାୟତ ସରବନ୍ତ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଛି।ଆଜି ସକାଳେ ମହାପ୍ରଭୁଙ୍କ ପାରମ୍ପାରିକ ରୀତିନୀତି ପରେ,ରଥ ପ୍ରତିଷ୍ଠା ଓ ପହଣ୍ଡି ବିଜେ କରାଯାଇଥିଲା। ରାଜା ରଥରେ ଛେରା ପହଁରା କରିଥିଲେ। ବାଲିକୁଦା ଏରସମା ବିଜେପି ନେତା ଶଶୀକାନ୍ତ ପରିଡ଼ା ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଥିଲେ।ଏହା ପରେ ରଥଟଣା ପର୍ବ ଆରମ୍ଭ ହୋଇ ସନ୍ଧ୍ୟାରେ ରଥ ମାଉସୀ ମା'ଙ୍କ ମନ୍ଦିରରେ ପହଞ୍ଚିଛି ଥିଲା। ସଂଧ୍ୟାରେ ଭଜନ ସନ୍ଧ୍ୟା ଅନୁଷ୍ଠିତ ହୋଇଥିଲା। ସରବନ୍ତ ଗ୍ରାମର ସମସ୍ତ ଗ୍ରାମବାସୀମାନଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା।
7